www.samajalive.in
Friday, December 5, 2025
20.1 C
Bhubaneswar

ଅବପାତର ରୂପ ନେଲା ଲଘୁଚାପ ; ପାରାଦ୍ୱୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ : ଆଇଏମଡି

ନୂଆଦିଲ୍ଲୀ : ପୂର୍ବ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସୋମବାର ଅବପାତର ରୂପ ନେଇଛି। ଆସନ୍ତାକାଲି ସୁଦ୍ଧା ଏହା ବାତ୍ୟାର ରୂପ ନେବ ଏବଂ ପରେ ଭୟଙ୍କର ବାତ୍ୟାର ରୂପ ନେଇ ଆସନ୍ତା ୨୬ ତାରିଖ ସନ୍ଧ୍ୟାରେ ସ୍ଥଳଭାଗ ଛୁଇଁବ। ଏହା ପାରାଦ୍ୱୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବା ନେଇ ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶ ମୃତ୍ୟୁଞ୍ଜୟ ମହାପାତ୍ର ସୋମବାର ସୂଚନା ଦେଇଛନ୍ତି। ୟସ୍‍ ବାତ୍ୟାର ରୂପ ନେବା ପରେ ଏହାର ବେଗ ଘଣ୍ଟାପ୍ରତି ୧୫୫ ରୁ ୧୬୫ କିଲୋମିଟର  ଓ ସ୍ଥଳବିଶେଷରେ ଏହାର ବେଗ ୧୮୫ କିଲୋ ମିଟରକୁ ବୃଦ୍ଧି ପାଇବ। ବାତ୍ୟା ପ୍ରଭାବରେ କେତେକ ସ୍ଥାନରେ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ବାତ୍ୟା ସ୍ଥଳଭାଗ ଛୁଇଁବାର ୬ ଘଣ୍ଟା ପୂର୍ବରୁ ଓ ୬ ଘଣ୍ଟା ମଧ୍ୟରେ ଅଧିକ କ୍ଷୟକ୍ଷତି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବଡ଼ବଡ଼ ଗଛ, ବିଦ୍ୟୁତ୍‍ଖୁଣ୍ଟ ଭାଙ୍ଗିବା ସହ ଟିଣ ଏବଂ ଆଜବେଷ୍ଟସ୍‍ ଘର କ୍ଷତିଗ୍ରସ୍ତ ହେବାର ସମ୍ଭାବନା ରହିଛି। ସେହିପରି କଚ୍ଚା ଘର ପାଇଁ ମଧ୍ୟ ବିପଦ ରହିଛି। ତେଣୁ ଏହି ସବୁ ଘରେ ରହୁଥିବା ଲୋକଙ୍କୁ ସତର୍କ ରହିବା ପାଇଁ କୁହାଯାଇଛି।

ଆସନ୍ତାକାଲିଠାରୁ ଉତ୍ତର ଓଡ଼ିଶାରେ ବର୍ଷା ଆରମ୍ଭ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବିଶେଷକରି ଜଗତ୍‍ସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବ।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories