www.samajalive.in
Thursday, December 11, 2025
16.1 C
Bhubaneswar

ଜନନୀ ଯନ୍ତ୍ରଣା: ଷ୍ଟ୍ରେଚରରେ ବୁହା ହେଲେ ଗର୍ଭବତୀ

କାଶୀପୁର : ପୁଣି ଦେଖିବାକୁ ମିଳିଛି ଜନନୀ ଯନ୍ତ୍ରଣା।ରାୟଗଡ ଜିଲା କାଶୀପୁର ବ୍ଲକରେ ବାରମ୍ବାର ଜନନୀ ଯନ୍ତ୍ରଣା ସିରନାମ ପାଲଟିଥିବା ବେଳେ ପ୍ରଶାସନର ଆନ୍ତରିକତା ଅଭାବରୁ ଗୋଟିଏ ପରେ ଗୋଟିଏ ଜନନୀ ଯନ୍ତ୍ରଣା ଫର୍ଦ ଯୋଡିହେଉଛି। ମଙ୍ଗଳବାର ଦିନ ଏଭଳି ଅଭାବନିୟ ଘଟଣା ଦେଖିବାକୁ ମିଳିଛି ରାୟଗଡା ଜିଲା କାଶୀପୁର ବ୍ଲକ ସିରିପାଇ ଗ୍ରାମପଞ୍ଚାୟତ ଅନ୍ତର୍ଗତ ସରାପାସ ଗ୍ରାମରେ। ସରାପାସ ଗ୍ରାମର ସାମଦୁ ମାଝୀଙ୍କ ସ୍ତ୍ରୀ ବାସନ୍ତି ମାଝୀ ଆଜି ଗର୍ଭ ଯନ୍ତ୍ରଣାରେ ଛଟପଟ ହେଉଥିଲେ। ବାସନ୍ତିଙ୍କୁ କାଶୀପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ସ୍ଥାନାନ୍ତର ନିମନ୍ତେ ୧୦୨ ଆମ୍ବୁଲାନ୍ସକୁ ଯୋଗାଯାଗ କରାଯାଇଥିଲା। ୧୦୨ ଆମ୍ବୁଲେନ୍ସ କାଶୀପୁର ଠାରୁ ଆସିଥିଲା ହେଲେ ଉକ୍ତ ଗ୍ରାମକୁ ପହଞ୍ଚି ପାରିନଥିଲା। କାରଣ ଗ୍ରାମକୁ ପକ୍କା ରାସ୍ତା ନଥିଲା। ଯାହା ଫଳରେ ଗାଁଠୁ ପ୍ରାୟ ୨ କିମି ଦୁରରେ ଅଟକି ରହିଥିବା ଆମ୍ବୁଲାନ୍ସ ନିକଟକୁ ଗର୍ଭବତୀ ମହିଳାଙ୍କୁ ୧୦୨ ଆମ୍ବୁଲାନ୍ସ ଚାଳକ ପରୀକ୍ଷିତ ନାଏକଙ୍କ ସହ ଆଶା ଦିଦି ଏବଂ ପରିବାର ଲୋକଙ୍କ ସହାୟତାରେ ଷ୍ଟ୍ରେଚର ବୁହା ହୋଇ ଅଣାଯାଇଥିଲା। ଏହାପରେ ତାଙ୍କୁ କାଶୀପୁର ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଏଭଳି ଘଟଣା କାଶୀପୁର ବ୍ଲକରେ ବାରମ୍ବାର ଘଟୁଥିବା ବେଳେ ଏଭଳି ଘଟଣାକୁ ଜିଲା ପ୍ରଶାସନ ହସ୍ତକ୍ଷେପ କରି କାଶୀପୁର ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରକୁ ତୁରନ୍ତ ବାଇକ ଆମ୍ବୁଲାନ୍ସ ଯୋଗାଇ ଦେବାକୁ ସାଧାରଣ ମହଲରେ ଦାବି ହେଉଛି।

Hot this week

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

Related Articles

Popular Categories