www.samajalive.in
Sunday, December 7, 2025
26.1 C
Bhubaneswar

ସରିଲା ବାତ୍ୟା ‘ୟସ’ର ସ୍ଥଳଭାଗ ଅତିକ୍ରମ ପ୍ରକ୍ରିୟା: ଲାଗି ରହିଛି ବର୍ଷା, କମିଛି ସାମୁଦ୍ରିକ ଜୁଆର

ଭୁବନେଶ୍ବର: ବାତ୍ୟା ୟସ୍‌ ସ୍ଥଳଭାଗ ଅତିକ୍ରମ କରିବା ନେଇ ଭାରତୀୟ ପାଣିପାଗ ବିଭାଗ ମହା ନିର୍ଦେଶକ ମୃତ୍ୟୁୟଞ୍ଜୟ ମହାପାତ୍ର କହିଛନ୍ତି ଯେ ପୂର୍ବାହ୍ନ ୧୦ଟା ୩୦ରୁ ୧୧ଟା ୩୦ ମଧ୍ୟରେ ଉପକୂଳ ଅତିକ୍ରମ କରିଛି ୟସ୍‌। ଉପକୂଳ ଅତିକ୍ରମ ବେଳେ ପବନ ୧୩୦ରୁ ୧୫୦କିମି ଥିଲା। ତେବେ ସନ୍ଧ୍ୟା ପର୍ଯ୍ୟନ୍ତ ଏହାର ପ୍ରଭାବ ଉପକୂଳ ଜିଲାଗୁଡ଼ିକରେ ଦେଖିବାକୁ ମିଳିଥିଲା। ଆଜି ବାତ୍ୟା ୟସ ପ୍ରଭାବରେ ସାମ୍ରୁଦିକ ଜୁଆର ୩ରୁ ୫ ଫୁଟ ପର୍ଯ୍ୟନ୍ତ ଉଠିଥିଲା। ବର୍ତ୍ତମାନ ସାମୁଦ୍ରିକ ଜୁଆର କମିଛି, ଏବେ ୨ ମିଟର ପର୍ଯ୍ୟନ୍ତ ଉଠିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ମହା ନିର୍ଦେଶକ ମୃତ୍ୟୁୟଞ୍ଜୟ ମହାପାତ୍ର କହିଛନ୍ତି। ଆଜି ଠିକ୍‌ ସକାଳ ୯ଟା ବେଳେ ଧାମରା ଠାରେ ପହଞ୍ଚି ଥିଲା  ବାତ୍ୟା ୟସ। ଏହା ଅତି ଭୀଷଣ ରୂପରେ ଲ୍ୟାଣ୍ଡଫଲ ପ୍ରକ୍ରୟା ଆରମ୍ଭ କରିଥିଲା । ଧାମରାର ଉତ୍ତର, ବାଲେଶ୍ୱର ସହର ତଳକୁ ବାହାନଗା ପାଖରେ ଲ୍ୟାଣ୍ଡଫଲ୍‌ ହୋଇଥିଲା। ଏହି ସମୟରେ ପବନର ବେଗ ୧୩୦ରୁ ୧୪୦ କିମି ରହିଥିଲା। ଲ୍ୟାଣ୍ଡଫଲ ପ୍ରକ୍ରିୟା ୩ରୁ୪ ଘଣ୍ଟା ଧରି ଚାଲିଥିଲା। ଏହି ସମୟରେ ବ୍ୟାପକ କ୍ଷୟକ୍ଷତି ମଧ୍ୟ ଘଟିଛି।


ବାତ୍ୟା ୟସ୍ ସ୍ଥଳଭାଗ ଛୁଇଁବା ପରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଓ ପବନ ଜାରି ରହିଛି। ସୁନ୍ଦରଗଡ଼ ଜିଲାର କେତେକ ଅଞ୍ଚଳରେ ବି ଏହାର ପ୍ରଭାବ ଦେଖିବାକୁ ମିଳିଛି। ବିଶେଷ କରି ସୁନ୍ଦରଗଡ଼ ଜିଲାର ନୂଆଗାଁ, କୁଆଁରମୁଣ୍ଡା, ବିଶ୍ରା, ଲାଠିକଟା, ଲହୁଣୀପଡା, କୋଇଡା ଆଦି ଅଞ୍ଚଳରେ ବର୍ଷା ପବନକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ବୋଲି ଜିଲାପାଳ ନିଖିଲ ପବନ କଲ୍ୟାଣ ସୂଚନା ଦେଇଛନ୍ତି।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories