ନୂଆଦିଲ୍ଲୀ : ଦେଶରେ କିଛି ଦିନ ହେବ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଅତିକ୍ରମ କରୁଛି। ପୂର୍ବରୁ ଏହା ୪ ଲକ୍ଷ ଅତିକ୍ରମ କରୁଥିଲା। ୨୪ ଘଣ୍ଟାରେ ଆଉ ୨ ଲକ୍ଷ ୧୧ ହଜାର ୨୯୮ ନୂଆ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୭୩,୬୯,୦୯୩କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୩,୮୪୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୧୫,୨୩୫ରେ ପହଞ୍ଚିଛି। ଦିନକରେ ୨,୮୩,୧୩୫ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୪୬,୩୩,୯୫୧ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୪,୧୯,୯୦୭ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।



