www.samajalive.in
Wednesday, December 10, 2025
18.1 C
Bhubaneswar

ବାତ୍ୟା ପରେ ଜାରି ରହିଛି ରିଲିଫ କାର୍ଯ୍ୟ, ରାଜ୍ୟର ୭୭ଟି ବ୍ଲକରେ ୩୦୦ରୁ ୪୦୦ ମିମି ବର୍ଷା ରେକର୍ଡ-ସ୍ବତନ୍ତ୍ର ରିଲିଫ କମିଶନର

ଭୁବନେଶ୍ବର: ବାତ୍ୟା ୟସ୍ ୨୬ ତାରିଖ ସନ୍ଧ୍ୟା ୭ଟା ସୁଦ୍ଧା ‘ଅତି ଭୀଷଣ’ ସାମୁଦ୍ରିକ ଝଡରୁ ‘ଭୀଷଣ’ ସାମୁଦ୍ରିକ ଝଡରେ ପରିଣତ ହୋଇ ବାଲେଶ୍ବରରୁ ମୟୂରଭଞ୍ଜ ଦେଇ ଝାଡଖଣ୍ଡ ଦିଗରେ ଗତି କରିଛି। ଏହାର ପ୍ରଭାବରେ ଗତକାଲି ଉପକୂଳବର୍ତ୍ତୀ ଜିଲାର ୧୪୬ଟି ବ୍ଲକ୍‌ରେ ପ୍ରବଳ ବର୍ଷା ହୋଇଛି। ରାଜ୍ୟର ୭୭ଟି ବ୍ଲକରେ ୩୦୦ରୁ ୪୦୦ ମିମି ବର୍ଷା ରେକର୍ଡ କରାଯାଇଛି। ଗତକାଲି ଠାରୁ ଆଜି ସକାଳ ୮ଟା ସୁଦ୍ଧା କେନ୍ଦୁଝର ଜିଲ୍ଲାରେ ୧୨୭ ମିମି, ସୁନ୍ଦରଗଡ଼ ଜିଲ୍ଲାରେ ୧୦୧ ମିମି, ମୟୂରଭଞ୍ଜରେ ୯୬ ମିମି ଏବଂ ଦେବଗଡ ଜିଲ୍ଲାରେ ୯୨ ମିମି ବର୍ଷା ରେକର୍ଡ କରାଯାଇଛି। ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, ସୁନ୍ଦରଗଡ, କେନ୍ଦୁଝର ଏବଂ ଯାଜପୁର ସମେତ ୧୦ଟି ଉପକୂଳବର୍ତ୍ତୀ ଜିଲ୍ଲାର ୭ ଲକ୍ଷ ୩ ହଜାର ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିଲା ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ ଅନୁସାରେ ସେମାନଙ୍କୁ ୭ ଦିନ ପାଇଁ ରିଲିଫ ପ୍ରଦାନ କାର୍ଯ୍ୟ ଜାରି ରହିଛି ବୋଲି ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ପ୍ରକାଶ କରିଛନ୍ତି।
ସ୍ବତନ୍ତ୍ର ରିଲିଫ କମିଶନରପ୍ରଦୀପ କୁମାର ଜେନା କହିଛନ୍ତି ଯେ ବର୍ଷା ପ୍ରଭାବରେ ଆନନ୍ଦପୁର ଏବଂ ଆଖୁଆପଦା ଠାରେ ବୈତରଣୀ ନଦୀର ଜଳ ପ୍ରବାହ ବିପଦ ସଙ୍କେତ ଉପରେ ରହିଥିବା ଯୋଗୁଁ ମଧ୍ୟମ ଧରଣର ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ତେବେ ଜିଲା ପ୍ରଶାସନ ଏଥିପ୍ରତି ସମ୍ପୂର୍ଣ୍ଣ ସଜାଗ ଓ ପ୍ରସ୍ତୁତ ଅଛନ୍ତି। ଆବଶ୍ୟକ ସ୍ଥଳେ ତଳିଆ ଅଞ୍ଚଳର ଲୋକଙ୍କୁ ଜିଲା ପ୍ରଶାସନ ପକ୍ଷରୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ। ରାଜ୍ୟ ସରକାରଙ୍କ ପକ୍ଷରୁ ଏଥିପ୍ରତି ତୀକ୍ଷ୍ଣ ନଜର ରଖାଯାଇଛି। ଜଳ ସମ୍ପଦ ବିଭାଗର ଯନ୍ତ୍ରୀମାନେ କ୍ଷେତ୍ରସ୍ତରରେ ରହି ପରିସ୍ଥିତି ଅନୁଧ୍ୟାନ କରୁଛନ୍ତି।

- Advertisement -

ପ୍ରଭାବିତ ଅଞ୍ଚଳରେ ଆଜି ରାତି ୯ଟା ସୁଦ୍ଧା ୮୦ ପ୍ରତିଶତ ଉପଭୋକ୍ତାଙ୍କୁ ବିଜୁଳି ସଂଯୋଗ ପ୍ରଦାନ କରାଯିବା ପାଇଁ ପୁନରୁଦ୍ଧାର କାର୍ଯ୍ୟ ତ୍ବରାନ୍ବିତ କରାଯାଇଛି। ଅଧିକ ପ୍ରଭାବିତ ହୋଇଥିବା ଭଦ୍ରକ ଏବଂ ବାଲେଶ୍ବର ଜିଲ୍ଲା ପାଇଁ ଏକ ହଜାର କୁଶଳୀ ଶ୍ରମିକଙ୍କୁ ବିଦ୍ୟୁତ ସଂଯୋଗ ପୁନରୁଦ୍ଧାର କାର୍ଯ୍ୟରେ ନିୟୋଜିତ କରାଯାଇଛି ବୋଲି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories