www.samajalive.in
Wednesday, December 10, 2025
16.1 C
Bhubaneswar

ବାତ୍ୟା ‘ୟଶ୍‍’ର ମୁକାବିଲା ଲାଗି ଓଡ଼ିଶାକୁ ୫୦୦ କୋଟି ସହାୟତା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ : ଧର୍ମେନ୍ଦ୍ର ପ୍ରଧାନ

-ବିପଦ ସମୟରେ ସବୁବେଳେ ଓଡ଼ିଶାର ଲୋକଙ୍କ ସାଥୀରେ ଦୃଢ଼ତାର ସହ ଠିଆ ହୋଇଛନ୍ତି ପ୍ରଧାନମନ୍ତ୍ରୀ
-ଏହି ସହାୟତା ରାଶି ରିଲିଫ୍‍ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବ
-ବିପର୍ଯ୍ୟୟ ମୁକାବିଲା ପାଇଁ କେନ୍ଦ୍ର ରାଜ୍ୟ ସହ ମିଳିତ ଭାବରେ କାର୍ଯ୍ୟ କରିବ
-ବାତ୍ୟା ମୁକାବିଲା ଦିଗରେ ଓଡ଼ିଶାବାସୀଙ୍କ ମନୋବଳ ଓ ସାହାସକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
-ବାତ୍ୟାଞ୍ଚଳକୁ ସ୍ୱାଭାବିକ ସ୍ଥିତିକୁ ଫେରାଇ ଆଣିବା ପାଇଁ ସମସ୍ତେ ଉଦ୍ୟମ କରିବାକୁ ପ୍ରତିଶ୍ରୁତିବଦ୍ଧ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାତ୍ୟା ‘ୟଶ୍‍’ ପରିସ୍ଥିତିର ସମୀକ୍ଷା ଏବଂ ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ ପରେ ଓଡ଼ିଶାକୁ ତତ୍କାଳ ୫୦୦ କୋଟିର ସହାୟତା ଯୋଗାଇ ଦେବା ପାଇଁ ଘୋଷଣା କରାଯାଇଥିବାରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏହି ସହାୟତା ରାଶି ରିଲିଫ୍‍ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବ ବୋଲି ଶ୍ରୀ ପ୍ରଧାନ ମତବ୍ୟକ୍ତ କରିଛନ୍ତି।
କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପ୍ରଥମେ ପ୍ରଧାନମନ୍ତ୍ରୀଙ୍କ ସହ ସମୀକ୍ଷା ବୈଠକ ଏବଂ ପରେ ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିବା ପରେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦୀ ବିପଦ ସମୟରେ ସବୁବେଳେ ଓଡ଼ିଶାର ଲୋକଙ୍କ ସାଥୀରେ ଦୃଢ଼ତାର ସହ ଠିଆ ହୋଇଛନ୍ତି। କେନ୍ଦ୍ର ସରକାର ଓଡ଼ିଶାରେ ବାତ୍ୟା ‘ୟଶ୍‍’ର ପ୍ରଭାବକୁ ହ୍ରାସ କରିବା ପାଇଁ ସବୁପ୍ରକାର ସାହାଯ୍ୟ କରିବେ। ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତିକୁ ଅଧିକ ସୁଦୃଢ଼ କରାଯିବ ତଥା ବିପର୍ଯ୍ୟୟ ମୁକାବିଲା ନିମନ୍ତେ ଓଡ଼ିଶାକୁ ନିର୍ମାଣ କରାଯିବା ଦିଗରେ ଆମ ସରକାର ମିଳିତ ଭାବରେ କାର୍ଯ୍ୟ କରିବ ବୋଲି ପ୍ରଧାନମନ୍ତ୍ରୀ ମୋଦୀ ଆଶ୍ୱାସନା ଦେଇଛନ୍ତି।

- Advertisement -


ସମୀକ୍ଷା ବୈଠକରେ ବାତ୍ୟା ‘ୟଶ୍‍’ ଦ୍ୱାରା ଉତ୍ପନ୍ନ ହୋଇଥିବା ଆହ୍ୱାନର ମୁକାବିଲା ଏବଂ ସମାଧାନ ପାଇଁ କେନ୍ଦ୍ରୀୟ ଏବଂ ରାଜ୍ୟ ସଂସ୍ଥାନର ସକ୍ରିୟ ଭୂମିକା ଏବଂ ଓଡ଼ିଶାବାସୀଙ୍କ ଦୃଢ଼ ମନୋବଳ ଏବଂ ସାହାସକୁ ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶଂସା କରିଛନ୍ତି। ବିଶେଷ ଭାବରେ ସବୁଠୁ ବିପଦ ସମୟରେ ସର୍ବଦା ଓଡ଼ିଶାର ଲୋକଙ୍କ ସହ ଦୃଢ଼ତାର ସହ ଠିଆ ହୋଇଛନ୍ତି। ଓଡ଼ିଶାର ବାତ୍ୟା ପ୍ରଭାବିତ ଅଞ୍ଚଳରେ ଜୀବନକୁ ସ୍ୱାଭାବିକ ସ୍ଥିତିକୁ ଫେରାଇ ଆଣିବା ପାଇଁ ଆମେ ସମସ୍ତେ ଉଦ୍ୟମ କରିବାକୁ ପ୍ରତିଶ୍ରୁତିବଦ୍ଧ।
ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ଏବଂ ଅନୁଧ୍ୟାନ ପରେ ଓଡ଼ିଶାକୁ ୫୦୦ କୋଟିର ସହାୟତା ରାଶି ଘୋଷଣା କରାଯାଇଛି। ସେହିପରି ବାତ୍ୟା ‘ୟଶ୍‍’ ରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ପରିବାରକୁ ୨ ଲକ୍ଷ ଓ ଗୁରୁତର ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରାଯାଇଥିବା ବେଳେ ପ୍ରଭାବିତ ରାଜ୍ୟ ଗୁଡ଼ିକ ପାଇଁ ବାତ୍ୟାର କ୍ଷୟକ୍ଷତି ଆକଳନ ନିମନ୍ତେ ଅନ୍ତଃ ମନ୍ତ୍ରୀସ୍ତରୀୟ କମିଟି ମଧ୍ୟ ଗଠନ ହୋଇଛି। ମୁଁ ଦୃଢ଼ ନିଶ୍ଚିତ ଯେ ବିସ୍ତୁତ କ୍ଷୟକ୍ଷତିର ତଥ୍ୟ ଆସିବା ପରେ ଆବଶ୍ୟକ ବ୍ୟବସ୍ଥା କରିବା ପାଇଁ ରାଜ୍ୟ ସରକାରଙ୍କୁ ଭାରତ ସରକାର ସମ୍ପୂର୍ଣ୍ଣ ସହଯୋଗ କରିବେ।
ଓଡ଼ିଶାକୁ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା କରିବା କରିବା ପାଇଁ ସରକାରଙ୍କ ମିଳିତ ଉଦ୍ୟମରେ ଯୋଜନା କରାଯିବ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍‍ କରିଛନ୍ତି।
ଉଲ୍ଲେଖନୀୟ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାରେ ବାତ୍ୟା ‘ୟଶ୍‍’ର ପ୍ରଭାବ ତଥା ପ୍ରଭାବିତ ଅଞ୍ଚଳରେ ରିଲିଫ୍‍, ପୁନରୁଦ୍ଧାର ଏବଂ ଜୀବନ ଜୀବିକାର ପୁନଃସ୍ଥାପନ କରିବା ପାଇଁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ପ୍ରଥମେ ସମୀକ୍ଷା କରିଥିଲେ।
ଏହା ପରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ଭଦ୍ରକ ଏବଂ ବାଲେଶ୍ୱର ପରିଦର୍ଶନ କରିବା ସହ ସ୍ଥିତି ପରଖିଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories