www.samajalive.in
Tuesday, December 9, 2025
17.1 C
Bhubaneswar

ଦେଶରେ ନୂଆ ସଂକ୍ରମିତ ୧.୭୩ ଲକ୍ଷ ; ଆରୋଗ୍ୟ ହାର ୯୦.୮୦ %

ନୂଆଦିଲ୍ଲୀ : ଦେଶରେ ୨ ଲକ୍ଷ ତଳକୁ ରହିଛି ଦୈନିକ ସଂକ୍ରମଣ। ଆଉ ୧ ଲକ୍ଷ ୭୩ ହଜାର ୭୯୦ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୭୭,୨୯,୨୪୭କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୩ ହଜାର ୬୧୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୨୨,୫୧୨। ମୃତ୍ୟୁ ହାର ୧.୧୬% ରେ ପହଞ୍ଚିଛି । ଦିନକରେ ୨ ଲକ୍ଷ ୮୪ ହଜାର୬୦୧ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୫୧,୭୮,୦୧୧ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆରୋଗ୍ୟ ହାର ୯୦.୮୦ % କୁ ବୃଦ୍ଧି ପାଇଛି। ୨୨,୨୮,୭୨୪ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୮.୦୪%। ଦେଶରେ  ୨୦ କୋଟି ୮୯ ଲକ୍ଷ ୨ ହଜାର ୪୪୫ ଟିକା ନେଲେଣି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories