www.samajalive.in
Sunday, December 7, 2025
16.1 C
Bhubaneswar

ଜୁନ୍‍ ପହିଲାରୁ କଲେଜ ଓ ବିଶ୍ୱବିଦ୍ୟାଳୟରେ ଅନ୍‍ଲାଇନ୍‍ କ୍ଲାସ୍‍

ଭୁବନେଶ୍ୱର : ଆସନ୍ତା ଜୁନ୍‍ ପହିଲାରୁ ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟ ଗୁଡ଼ିକରେ ଅନଲାଇନ୍‍ କ୍ଲାସ୍‍ ଆରମ୍ଭ ହେବ। ତେବେ ହଷ୍ଟେଲ ଗୁଡିକ ଏବେ ଖୋଲିବ ନାହିଁ। ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି କରାଯାଇଛି।
ନିର୍ଦ୍ଦେଶନାମା ଅନୁଯାୟୀ, ଖରା ଛୁଟି ପରେ ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜ ଗୁଡ଼ିକରେ ଅନଲାଇନ୍‍ କ୍ଲାସ୍‍ ଆରମ୍ଭ ହେବ। ବର୍ତମାନ ଶ୍ରେଣୀ ଗୃହରେ ପାଠପଢ଼଼ା ସମ୍ଭବ ନୁହେଁ। ସେହିପରି  ପରବର୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ହଷ୍ଟେଲ ଗୁଡ଼ିକ ବନ୍ଦ ରହିବ। ୟୁଜିସିର ନିଷ୍ପତି ସଂପର୍କରେ ସୂଚନା ପାଇବା ପରେ ପରୀକ୍ଷା ନେଇ ଛାତ୍ରଛାତ୍ରୀଙ୍କୁ ଜଣାଇ ଦିଆଯିବ ବୋଲି ଉଚ୍ଚଶିକ୍ଷା ବିଭାଗ ସୂଚନା ଦେଇଛି।
ସୂଚନାଯୋଗ୍ୟ, ରାଜ୍ୟରେ କରୋନା ମହାମାରୀର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ବୃଦ୍ଧି ପାଇବା ପରେ ରାଜ୍ୟ ସରକାର ଚଳିତ ମାସ ପ୍ରଥମ ସପ୍ତାହରେ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରିଦେଇଥିଲେ। ପରେ ମେ’ ୩୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଛୁଟି ଘୋଷଣା କରିଥିଲେ।

ଅନ୍ୟ ପକ୍ଷରେ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ଶିକ୍ଷାନୁଷ୍ଠାନ ଆସନ୍ତା ପହିଲାରୁ ଖୋଲିବ। ଏନେଇ ବିଭାଗୀୟ ସଚିବ ଚିଠି ଲେଖି ଶିକ୍ଷାନୁଷ୍ଠାନ ମୁଖ୍ୟଙ୍କୁ ଅବଗତ କରିଛନ୍ତି। ସରକାରୀ ବିଶ୍ବବିଦ୍ୟାଳୟ, ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଡିଗ୍ରୀ ମହାବିଦ୍ୟାଳୟ ଜୁନ୍‌ ପହିଲାରୁ ଖୋଲିବ। ମେ’ ୩୧ରେ ଗ୍ରୀଷ୍ମ ଛୁଟି ସରିବା ପରେ କୁଳପତି ଓ ମହାବିଦ୍ୟାଳୟ ଅଧ୍ୟକ୍ଷ ଏ ଦିଗରେ ଆବଶ୍ୟକ ପଦକ୍ଷେପ ନେବେ। ବିଭାଗ ପକ୍ଷରୁ ଗତ ଏପ୍ରିଲ ୧୬ ଏବଂ ୨୬ରେ ଦିଆଯାଇଥିବା ଚିଠି ଆଧାରରେ ନିର୍ଦେଶାବଳୀ ପାଳନ କରିବାକୁ କୁହାଯାଇଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories