www.samajalive.in
Saturday, December 6, 2025
19.1 C
Bhubaneswar

ଦେଶରେ ଆଉ ନୂଆ ସଂକ୍ରମିତ ୧.୬୫ ଲକ୍ଷ ; ମୃତ ୩,୪୬୦

ନୂଆଦିଲ୍ଲୀ : ଦେଶରେ ଦିନକରେ ଆଉ ୧,୬୫,୫୫୩ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷରେ ସୀମିତ ରହୁଛି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୭୮,୯୪,୮୦୦କୁ ବୃଦ୍ଧି ପାଇଛି। ମାତ୍ର ଦୈନିକ ମୃତ୍ୟୁ ୩ ହଜାର ଅତିକ୍ରମ କରୁଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୩,୪୬୦ ଆକ୍ରାନ୍ତ ଆଖି ବୁଜିଛନ୍ତି। ଫଳରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୨୫,୯୭୨ରେ ପହଞ୍ଚିଛି। ୨୪ ଘଣ୍ଟାରେ ଆଉ ୨ ଲକ୍ଷ ୭୬ ହଜାର ୩୦୯ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୫୪,୫୪,୩୨୦ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୧,୧୪,୫୦୮ ସକ୍ରିୟ ଆକ୍ରାନ୍ତ ଚିକିସବାଧୀନ ଅବସ୍ଥାରେ ରହିଛନ୍ତି। ଏଯାଏଁ ୨୧,୨୦,୬୬,୬୧୪ ଟିକା ନେଇ ସାରଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories