www.samajalive.in
Monday, December 8, 2025
16.1 C
Bhubaneswar

୪ ଲକ୍ଷ ୨୫ ହଜାର ମେଟ୍ରିକ ଟନ୍‌ ରବିଧାନ ସଂଗୃହୀତ, କୋଭିଡ୍‌ ନିୟମ ପାଳନ କରି ଧାନସଂଗ୍ରହ ପ୍ରକ୍ରିୟାକୁ ତ୍ୱରାନ୍ୱୀତ ପାଇଁ ନିର୍ଦେଶ

ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ପ୍ୟାକ୍ସ/ଲ୍ୟାମ୍ପସ୍‌ ଜରିଆରେ ରାଜ୍ୟର ୧୪ଟି ଜିଲାରୁ ଆଜି ସୁଦ୍ଧା ୪ ଲକ୍ଷ ୨୫ ହଜାର ମେଟ୍ରିକ ଟନ୍‌ ରବିଧାନ ସଂଗ୍ରହ କରାଯାଇଛି। ସୋସାଇଟିଗୁଡ଼ିକରେ କୋଭିଡ୍‌ ନିୟମକୁ କଡ଼ାକଡ଼ି ଭାବେ ଅନୁପାଳନ କରି ରବିଧାନ ସଂଗ୍ରହ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦେଶ ଦେଇଛନ୍ତି। ଏଥି ସହିତ ନାମ ପଞ୍ଜୀକରଣ କରିଥିବା ଚାଷୀମାନେ ଯେପରି ସହଜରେ ଓ ସୁବିଧାରେ ମଣ୍ଡିରେ ସେମାନଙ୍କ ଧାନ ବିକ୍ରି କରିପାରିବେ ସେଥି ନିମନ୍ତେ ସମସ୍ତ ପଦକ୍ଷେପ ନେବା ପାଇଁ ପ୍ୟାକ୍ସ ଓ କ୍ଷେତ୍ର ଅଧିକାରୀମାନଙ୍କୁ ନିର୍ଦେଶ ଦିଆଯାଇଛି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି।

ଚଳିତ ବର୍ଷ ରବିଧାନ ସଂଗ୍ରହ ପାଇଁ ମୋଟ ୨ ଲକ୍ଷ ୩୨ ହଜାର ୪୦୯ ଜଣ ଚାଷୀ ନାମ ପଞ୍ଜୀକରଣ କରିଥିଲେ। ତନ୍ମଧ୍ୟରୁ ଅଦ୍ୟାବଧି ୨ ଲକ୍ଷ ୨୦ ହଜାର ୨୪୩ ଜଣ ଚାଷୀଙ୍କର ଜମିଜମା ବାବଦ ତଥ୍ୟ, ବ୍ୟାଙ୍କ ଆକାଉଣ୍ଟ, ଆଧାର କାର୍ଡ଼, ଜଳସେଚିତ ଜମିର ପରିମାଣ ଇତ୍ୟାଦିର ଯାଞ୍ଚ ପ୍ରକ୍ରିୟା ସରିଛି। ଏଥି ମଧ୍ୟରୁ ଏ ପର୍ଯ୍ୟନ୍ତ ୬୩ ହଜାର ୮୨୭ ଜଣ ଚାଷୀଙ୍କଠାରୁ ମୋଟ ୪ ଲକ୍ଷ ୨୫ ହଜାର ମେଟି୍ରକ୍‌ ଟନ୍‌ ଧାନ କିଣାଯାଇଛି, ଯାହାର ମୂଲ୍ୟ ପ୍ରାୟ ୭୯୩ କୋଟି ଟଙ୍କା। ଚଳିତ ରବିରେ ଅଦ୍ୟାବଧି ରାଜ୍ୟର ୧୦୨୦ଟି ଧାନସଂଗ୍ରହ କେନ୍ଦ୍ର ମାଧ୍ୟମରେ ରବିଧାନ ସଂଗ୍ରହ କରାଯାଉଅଛି। ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, କଟକ, ଝାରସୁଗୁଡ଼ା, କଳାହାଣ୍ଡି, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ପୁରୀ, ରାୟଗଡ଼ା, ସମ୍ବଲପୁର ଏବଂ ସୁବର୍ଣ୍ଣପୁର ଜିଲ୍ଲାରେ ଧାନସଂଗ୍ରହ କରାଯାଉଥିବାବେଳେ ଖୁବ୍‌ଶୀଘ୍ର ଅନ୍ୟ ତିନୋଟି ଜିଲା: କୋରାପୁଟ, ଖୋର୍ଦ୍ଧା ଓ ଯାଜପୁରରୁ ରବିଧାନ ସଂଗ୍ରହ କାର୍ଯ୍ୟ ଆରମ୍ଭ କରାଯିବ। ମଇ ମାସରୁ ଆରମ୍ଭ ହୋଇଥିବା ରବିଧାନ ସଂଗ୍ରହ କାର୍ଯ୍ୟ ଆସନ୍ତା ଜୁନ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ।
ଅଦ୍ୟାବଧି ଅଧିକ ଧାନସଂଗ୍ରହ ହୋଇଥିବା ଜିଲା ମଧ୍ୟରେ ବରଗଡ଼ ଜିଲ୍ଲାରେ ୨ ଲକ୍ଷ ୮ ହଜାର ୮୯ ମେଟ୍ରିକ ଟନ୍‌, ସୁବର୍ଣ୍ଣପୁରରେ ୮୧,୮୨୪ ମେଟ୍ରିକ ଟନ୍‌, ସମ୍ବଲପୁରରେ ୫୩,୬୩୦ ମେଟ୍ରିକ ଟନ ଓ କଳାହାଣ୍ଡି ଜିଲାରେ ୫୦,୬୧୦ ମେଟ୍ରିକ ଟନ୍‌ ଧାନସଂଗ୍ରହ କରାଯାଇଛି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories