www.samajalive.in
Sunday, December 7, 2025
14.1 C
Bhubaneswar

ସେଣ୍ଟ୍ରାଲ ଭିଷ୍ଟା ଉପରେ ରୋକ୍‌ ଲଗାଇବାକୁ ମନା କଲେ ଦିଲ୍ଲୀ ହାଇକୋର୍ଟ, ଆବେଦନକାରୀଙ୍କୁ ୧ ଲକ୍ଷ ଟଙ୍କା ଜରିମାନା

ନୂଆଦିଲ୍ଲୀ: ଦିଲ୍ଲୀରେ ଚାଲୁଥିବା ସେଣ୍ଟ୍ରାଲ ଭିଷ୍ଟା ପ୍ରକଳ୍ପ ନିର୍ମାଣ ଉପରେ ରୋକ୍‌ ଲଗାଯିବ ନାହିଁ। ଦିଲ୍ଲୀ ହାଇକୋର୍ଟ ଏହି ପ୍ରକଳ୍ପ ଉପରେ ରୋକ୍‌ ଲଗାଇବାକୁ ମନା କରିଦେଇଛନ୍ତି। ଏହାବ୍ୟତୀତ କୋର୍ଟ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ବନ୍ଦ ରଖିବାକୁ ପିଟିଶନ ଦାଖଲ କରିଥିବା ଆବେଦନକାରୀଙ୍କ ଉପରେ ୧ ଲକ୍ଷ ଟଙ୍କା ଜରିମାନା ଲାଗୁ କରିଛନ୍ତି।

କୋର୍ଟ ଆବଦେନକାରୀଙ୍କ ଉଦ୍ଦେଶ୍ୟ ଉପରେ ବି ପ୍ରଶ୍ନ ଉଠାଇଛନ୍ତି ଏବଂ କହିଛନ୍ତି ଏହି ପ୍ରକଳ୍ପକୁ ଜବରଦସ୍ତି ରୋକିବା ଲାଗି ପିଟିଶନ ରୁଜୁ ହୋଇଥିଲା। ସୂଚନାଯୋଗ୍ୟ, ଦିଲ୍ଲୀରେ ତାଲାବନ୍ଦ ଲାଗୁ ହେବା ପରେ ଆବେଦନକାରୀ ପିଟିଶନ ରୁଜୁ କରି ଦିଲ୍ଲୀରେ ଯଦି ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ବନ୍ଦ ରହିଛି, ତେବେ ଏହି ପ୍ରକଳ୍ପର କାର୍ଯ୍ୟ କାହିଁକି ବନ୍ଦ କରାଯାଉ ନାହିଁ। ପ୍ରକଳ୍ପର ନିର୍ମାଣ କାର୍ଯ୍ୟରେ ୫୦୦ରୁ ଅଧିକ ଶ୍ରମିକ କାର୍ଯ୍ୟ କରୁଛନ୍ତି, ଯାହାଦ୍ବାରା କରୋନା ସଂକ୍ରମଣ ବ୍ୟାପିବାର ଆଶଙ୍କା ରହିଛି।

Hot this week

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

Related Articles

Popular Categories