www.samajalive.in
Monday, December 8, 2025
13.1 C
Bhubaneswar

ବିଏମସି ଆରମ୍ଭ କଲା ‘ଭ୍ୟାକ୍ସିନ ଆଟ୍‍ ଡୋର ଷ୍ଟେପ’ ଅଭିଯାନ

ଭୁୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ସୋମବାର ଠାରୁ ଆରମ୍ଭ ହୋଇଛି ‘ଭ୍ୟାକ୍ସିନ ଆଟ୍‍ ଡୋର ଷ୍ଟେପ’ ଅଭିଯାନ ବା ଘର ଦୁଆର ମୁହଁରେ ଟିକାଦାନ ଅଭିଯାନ। ବିଏମସିର ୩ ଟି ଜୋନ୍‍ ରେ ମୋଟ୍‍ ୬ ଟି ଆପାର୍ଟମେଣ୍ଟରେ ଟିକା ଦିଆଯାଇଛି। ପ୍ରତି ଆପାର୍ଟମେଣ୍ଟରେ ୨ ଶହ ଲୋକଙ୍କୁ ଟିକା ଦେବାକୁ ଲକ୍ଷ୍ୟ ରଖାଯାଇଛି। ବିଶେଷ କରି ୪୫ ବର୍ଷରୁ ଊର୍ଦ୍ଧ୍ବ ବୟସ୍କଙ୍କୁ ଟିକା ଦିଆଯିବ। ବିଏମସିର ଜେଡିସି ଅଂଶୁମାନ ରଥ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ରେସିଡେନ୍ସିଆଲ ୱେଲଫେୟାର ଆସୋସିଏସନ୍‍ ଏନେଇ ଆବେଦନ କରିଥିଲା। ଏହି କ୍ରମରେ ଝାରପଡ଼ାର ବାଲାଜୀ ଆପାର୍ଟମେଣ୍ଟ, ସହୀଦନଗରର ବିଏମସି ଭବାନୀ ଏନକ୍ଲେଭ୍‍, ଡୁମଡୁମା କସମୋପଲିସ୍‍ ଆଦିରେ ଟିକାଦାନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories