www.samajalive.in
Friday, December 12, 2025
23.1 C
Bhubaneswar

ଏଥର ମୌସୁମି ସ୍ୱାଭାବିକ, ଭଲ ବର୍ଷା ହେବ

ଭୁବନେଶ୍ୱର: ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ପ୍ରଭାବରେ ଦେଶରେ ସ୍ୱାଭାବିକ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଜୁନରୁ ସେପ୍ଟେମ୍ବର ମଧ୍ୟରେ ୯୬ରୁ ୧୦୪ ପ୍ରତିଶତ ବର୍ଷା ହେବାର ସମ୍ଭାବନା ରହିଛି।

ବିଭାଗ ପକ୍ଷରୁ କୁହାଯାଇଛି ଯେ, ମୌସୁମି ଋତୁରେ ଦୀର୍ଘ ଅବଧିରେ ହାରାହାରି ୮୮ ସେମି ବର୍ଷା ହୋଇଥାଏ। ଏହାର ୯୬ରୁ ୧୦୪ ପ୍ରତିଶତ ବର୍ଷା ହେଲେ ଏହାକୁ ସ୍ୱାଭାବିକ ବର୍ଷା ବୋଲି କୁହାଯାଏ। ପୂର୍ବାନୁମାନ ଅନୁଯାୟୀ, ଉତ୍ତର-ପଶ୍ଚିମ ଓ ଦକ୍ଷିଣ ଭାଗରେ ସ୍ୱାଭାବିକ ବର୍ଷା ହେବାକୁ ଥିବାବେଳେ କେନ୍ଦ୍ରୀୟ ଅଞ୍ଚଳରେ ସ୍ୱାଭାବିକଠାରୁ ଅଧିକ ବର୍ଷାର ସମ୍ଭାବନା ରହିଛି। ଉତ୍ତର-ପୂର୍ବାଞ୍ଚଳ ରାଜ୍ୟଗୁଡିକରେ ବର୍ଷା ପରିମାଣ କମ ରହିପାରେ ବୋଲି ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଓଡ଼ିଶାରେ ମଧ୍ୟ ଚଳିତ ବର୍ଷ ମୌସୁମି ଋତୁ (ଜୁନ୍‍ରୁ ସେପ୍ଟେମ୍ବର)ରେ ସ୍ୱାଭାବିକ ବର୍ଷା ହେବାକୁ ଥିବାବେଳେ ଜୁନ୍‍ ମାସରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇପାରେ ବୋଲି ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

- Advertisement -

ଆକଳନ ଅନୁଯାୟୀ ଉତର ଉପକୂଳବର୍ତୀ ଜିଲା ଓ ଆଭ୍ୟନ୍ତରୀଣର କେତେକ ଜିଲାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କନ୍ଧମାଳ, ରାୟଗଡା, ମାଲକାନଗିରି ଏବଂ କୋରାପୁଟ ପ୍ରଭୃତି ଜିଲାରେ ସ୍ୱାଭାବିକ ବର୍ଷା ହେବାର ଆକଳନ ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍‍ ମୌସୁମି ବର୍ଷା ଜାରି ରହିଛି। ଦେଶରେ ପ୍ରଥମ ଥର ପାଇଁ ଭାରତୀୟ ପାଣିପାଗ ବିଭାଗ ଦ୍ୱାରା ଭାରତର ବିଭିନ୍ନ ଉପଖଣ୍ଡ ପାଇଁ ମାସ ପୂର୍ବରୁ ମୌସୁମି ଜନିତ ବର୍ଷାର ଆକଳନ ପ୍ରକାଶ ପାଇବ। ଏହି ଅନୁସାରେ ଜୁଲାଇ ଏବଂ ଅଗଷ୍ଟ ମାସ ବର୍ଷା ସମ୍ପର୍କରେ ଆଗକୁ ବିଭାଗ ପକ୍ଷରୁ ଆକଳନ ଜନିତ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦେଶକ ଡ.ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ମୌସୁମି ଏଥର ଚାଷୀଙ୍କ ପାଇଁ ଭଲ ଖବର ନେଇ ଆସିବ ବୋଲି କୁହାଯାଇଛି।

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

Related Articles

Popular Categories