www.samajalive.in
Sunday, December 14, 2025
26.1 C
Bhubaneswar

ଟିକା ନନେଲେ ଦରମା ନାହିଁ

ନୂଆଦିଲ୍ଲୀ: ଜଣେ ସରକାରୀ କର୍ମଚାରୀ ଯଦି କେଭିଡ ଟିକା ନ ନେବେ, ତେବେ ତାଙ୍କ ବିରୁଦ୍ଧରେ ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଏବଂ ତାଙ୍କର ଦରମା ବନ୍ଦ କରିଦିଆଯିବ। ଏଭଳି ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି ଉତ୍ତରପ୍ରଦେଶ ଫିରୋଜାବାଦ ଜିଲା ପ୍ରଶାସନ। ପ୍ରଶାସନ ପକ୍ଷରୁ କୁହାଯାଇଛି ଯେ ସରକାରୀ କର୍ମଚାରୀମାନେ ଟିକା ନ ନେବା ପର୍ଯ୍ୟନ୍ତ ସେମାନଙ୍କୁ ସେମାନଙ୍କର ବେତନ ପ୍ରଦାନ କରାଯିବ ନାହିଁ। ଜିଲାର ମୁଖ୍ୟ ବିକାଶ ଅଧିକାରୀ ଚର୍ଚ୍ଚିତ ଗଉର କହିଛନ୍ତି, ଜିଲାପାଳ ଚନ୍ଦ୍ରବିଜୟ ସିଂ ଏଭଳି ଏକ ନିର୍ଦ୍ଦେଶ ଦେଇଛନ୍ତି। ଜିଲା ଟ୍ରେଜେରୀ ଅଫିସର ଏବଂ ଅନ୍ୟ ବିଭାଗୀୟ ମୁଖ୍ୟମାନଙ୍କୁ ମଧ୍ୟ ଏହି ଆଦେଶ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ତାହାସହିତ କେଉଁ ସରକାରୀ କର୍ମଚାରୀମାନେ ଟିକା ନେବାକୁ ବାକି ରହିଛନ୍ତି, ସେମାନଙ୍କର ଏକ ତାଲିକା ପ୍ରସ୍ତୁତ କରିବାକୁ କୁହାଯାଇଛି।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories