www.samajalive.in
Sunday, December 7, 2025
26.1 C
Bhubaneswar

ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ ଘଟିଛି।  ୬୮ ବର୍ଷ ବୟସରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। କରୋନାରୁ ସୁସ୍ଥ ହେବା ପରେ କରୋନା ପରବର୍ତି ଜଟିଳତା ନେଇ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ସେ ଚିକିତ୍ସାଧୀନ ଥିଲେ। ତାଙ୍କ ବିୟୋଗରେ ରାଜ୍ୟ ରାଜନୀତିରେ ଶୋକର ଛାୟା ଖେଳିଯାଇଛି।

ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ପୁତ୍ର ଥିଲେ ବିଜୟଶ୍ରୀ। ସେ ବାସୁଦେବପୁର ନିର୍ବାଚନମଣ୍ଡଳୀରୁ ବିଧାନସଭାକୁ ୬ ଥର ନିର୍ବାଚିତ ହୋଇଥିଲେ। ସେ ୨ ଥର ଜନତା ଦଳରୁ ଓ ୪ ଥର ବିଜେଡି ଟିକେଟରୁ ଲଢ଼ି ବିଜୟୀ ହୋଇଥିଲେ। ବିଜୟଶ୍ରୀ ରାଉତରାୟ ଏକାଧିକବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ସ୍ୱାସ୍ଥ୍ୟ, ରାଜସ୍ୱ ଏବଂ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories