www.samajalive.in
Monday, December 8, 2025
14.1 C
Bhubaneswar

ସୂଚନା ଓ ଲୋକସମ୍ପର୍କ ବିଭାଗର ନୂଆ ନିର୍ଦେଶକ ଭାବେ କାର୍ଯ୍ୟରେ ଯୋଗଦେଲେ ଇନ୍ଦ୍ରମଣୀ ତ୍ରିପାଠୀ, କହିଲେ ଶୃଙ୍ଖଳା, ନିଷ୍ଠା ଓ ଅଭିନବତ୍ୱକୁ ଦିଆଯିବ ଗୁରୁତ୍ୱ

ଭୁବନେଶ୍ୱର: ଆଜି ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦେଶକ ଭାବେ ଇନ୍ଦ୍ରମଣୀ ତ୍ରିପାଠୀ କାର୍ଯ୍ୟରେ ଯୋଗ ଦେଇଛନ୍ତି। ସୂଚନା ଓ ଲୋକସଂପର୍କ ବିଭାଗକୁ ଅଧିକ କ୍ରିୟାଶୀଳ କରିବା ସହିତ ଶୃଙ୍ଖଳା, ନିଷ୍ଠା ଓ ଅଭିନବତ୍ବକୁ ଗୁରୁତ୍ବ ଦିଆଯିବ ବୋଲି ନବନିଯୁକ୍ତ ନିର୍ଦେଶକ ଇନ୍ଦ୍ରମଣୀ ତ୍ରିପାଠୀ ପ୍ରକାଶ କରିଛନ୍ତି। ଓଡ଼ିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଶ୍ରୀ ତ୍ରିପାଠୀ ଆଜି ବିଭାଗର ନୂତନ ନିର୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ପରେ ସୂଚନା ପ୍ରଦାନ କ୍ଷେତ୍ରରେ ଆଧୁନିକ ବୈଷୟିକ ଜ୍ଞାନ ପ୍ରୟୋଗ ମାଧ୍ୟମରେ ସର୍ବଦା ଆଗୁଆ ରହିବା ଏବଂ କାର୍ଯ୍ୟଦକ୍ଷତା ସହ ନିୟମିତ ଭାବେ କାର୍ଯ୍ୟ ତୁଲାଇବାକୁ ବିଭାଗର ଅଧିକାରୀ ତଥା କର୍ମଚାରୀମାନଙ୍କୁ ପରାମର୍ଶ ଦେଇଛନ୍ତି।

 

- Advertisement -

ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦେଶକ  ଇନ୍ଦ୍ରମଣୀ ତ୍ରିପାଠୀ ଆଜି ପୂର୍ବାହ୍ନରେ ଅଧିକାରୀମାନଙ୍କ ସହିତ ବିଭାଗର ବିଭିନ୍ନ କାର୍ଯ୍ୟାବଳୀ ସମ୍ପର୍କରେ ସବିଶେଷ ଆଲୋଚନା କରିଥିଲେ। ସେ ଲୋକସମ୍ପର୍କ ଭବନରେ ବିଭାଗର ବିଭିନ୍ନ ଶାଖା ପରିଦର୍ଶନ କରିଥିଲେ। ଶ୍ରୀ ତ୍ରିପାଠୀ ଆଜିର ଯୁଗରେ ବିଜ୍ଞାନ ଓ ବୈଷୟିକ ବିଦ୍ୟାର ପ୍ରୟୋଗକୁ ବିଭାଗ ଆପଣେଇବା ସହ ଜନସାଧାରଣଙ୍କ ନିକଟରେ ସମ୍ବାଦ ସରବରାହ କ୍ଷେତ୍ରରେ ଅଧିକ ଆଗୁଆ ହେବା ସହିତ ଅଭିନବତ୍ୱ ପ୍ରଦାନ କରି ସୂଚନା ବିତରଣ କ୍ଷେତ୍ରରେ ବିଶ୍ୱସନୀୟତା ଅର୍ଜନ କରିବାକୁ ଅଧିକାରୀମାନେ ତତ୍ପରତା ପ୍ରକାଶ କରିବାକୁ ପରାମର୍ଶ ଦେଇଛନ୍ତି। ସେ ମଧ୍ୟ କର୍ମଚାରୀମାନଙ୍କ ଶୃଙ୍ଖଳା ଓ ନିଷ୍ଠା ଉପରେ ବିଶେଷ ଗୁରୁତ୍ୱ ଦେଇଛନ୍ତି। ଆଜି ଲୋକସଂପର୍କ ଭବନରେ ନବ ନିଯୁକ୍ତ ନିର୍ଦେଶକ ଇନ୍ଦ୍ରମଣୀ ତ୍ରିପାଠୀଙ୍କୁ ବିଭାଗର ଯୁଗ୍ମ ସଚିବ ବିଷ୍ଣୁପ୍ରିୟା ସାହୁ, ଯୁଗ୍ମ ନିର୍ଦେଶକ ଡ. ପ୍ରମୋଦ କୁମାର ମଲ୍ଲିକ ଏବଂ ସୁରେନ୍ଦ୍ର ପରିଡ଼ାଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ନୂତନ ନିର୍ଦେଶକ ବିଭିନ୍ନ ଅଧିକାରୀଙ୍କ କାର୍ଯ୍ୟଧାରା ଓ ଦାୟିତ୍ୱ ସମ୍ପର୍କରେ ଅବଗତ ହୋଇଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories