www.samajalive.in
Monday, December 8, 2025
17.1 C
Bhubaneswar

ବୁଲା ପ୍ରାଣୀଙ୍କ ଖାଦ୍ୟ ପାଇଁ ୬୭.୫୨ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସହରାଞ୍ଚଳର ବୁଲା ଗାଈଗୋରୁ ଓ କୁକୁରଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ମୁଖ୍ୟମନ୍ତ୍ରୀ ରିଲିଫ୍‍ ପାଣ୍ଠିରୁ ତୃତୀୟ ପର୍ଯ୍ୟାୟରେ ୬୭ ଲକ୍ଷ ୫୨ ହଜାର ଟଙ୍କା ମଞ୍ଜୁର କରିଛନ୍ତି। ତାଲାବନ୍ଦ ବୃଦ୍ଧି ପାଇଥିବାରୁ ବୁଲା ପ୍ରାଣୀ ମାନେ ଖାଦ୍ୟାଭାବର ସମ୍ମୁଖୀନ ହେଉଛନ୍ତି। ଏହି ଟଙ୍କାରେ ସେମାନଙ୍କୁ ଖାଦ୍ୟ ଯୋଗାଇ ଦିଆଯିବ।
ବିଏମସି ଏବାବଦରେ ପ୍ରତ୍ୟେକ ଦିନ ୨୦ ହଜାର ଟଙ୍କା ବ୍ୟୟ କରିବ ଏବଂ ଅନ୍ୟ ୪ ଟି ମହାନଗର ନିଗମ ୧୦ ହଜାର ଟଙ୍କା ଲେଖାଏଁ ଖର୍ଚ୍ଚ କରିବେ। ସେହିପରି ୪୮ଟି ପୌର ସଂସ୍ଥା ପ୍ରତିଦିନ ୫ ହଜାର ଟଙ୍କା ପର୍ଯ୍ୟନ୍ତ ଓ ୬୧ ଟି ଏନଏସି ଦିନକୁ ୨ ହଜାର ଟଙ୍କା ବ୍ୟୟ କରିପାରିବେ।
ସୂଚନାଯୋଗ୍ୟ, ଏହା ପୂର୍ବରୁ ବୁଲା ପ୍ରାଣୀଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀ ୨ଟି ପର୍ଯ୍ୟାୟରେ ମୋଟ ୧ କୋଟି ୧୩ ଲକ୍ଷ ୯୪ ହଜାର ଟଙ୍କା ମଞ୍ଜୁର କରିସାରିଛନ୍ତି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories