www.samajalive.in
Monday, December 8, 2025
27.1 C
Bhubaneswar

କରୋନାରେ ସମାଜ କାର୍ଯ୍ୟାଳୟର ଆଇଟି ବିଭାଗରେ କାର୍ଯ୍ୟରତ ପିନାକ୍‍ ମିଶ୍ରଙ୍କ ପରଲୋକ

କଟକ : କରୋନାରେ ସମାଜ କାର୍ଯ୍ୟାଳୟର ଜଣେ ଯୁବ କର୍ମଚାରୀଙ୍କ ପରଲୋକ ଘଟିଛି। ଆଜି କଟକ ସମାଜ କାର୍ଯ୍ୟାଳୟରେ ଆଇଟି ବିଭାଗରେ କାର୍ଯ୍ୟରତ ପିନାକ୍‍ ମିଶ୍ରଙ୍କ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ତାଙ୍କୁ ୪୨ ବର୍ଷ ବୟସ ହୋଇଥିଲା। ୨୦୧୪ ମସିହାରେ ସେ ସମାଜରେ ଯୋଗ ଦେଇଥିଲେ। ଦୀର୍ଘ କିଛି ଦିନ ତଳେ ସେ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଚିକିତ୍ସାଧୀନ ଅବସ୍ଥାରେ ଥିଲେ। ପ୍ରଥମେ ତାଙ୍କୁ ଆଠଗଡ ସ୍ଥିତ ଜିମ୍‍ ସାରରେ ଭର୍ତ୍ତି କରାଯାଇଥିବା ବେଳେ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଜଗତପୁର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ମଧ୍ୟ ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ କୌଣସି ପରିବର୍ତ୍ତନ ଘଟିନଥିଲା। ଆଜି ଚିକିତ୍ସାଧୀନ ଅବସ୍ଥାରେ ସେ ପ୍ରାଣ ତ୍ୟାଗ କରିଛନ୍ତି। ତାଙ୍କୁ ମୃତ୍ୟୁରେ ସମଗ୍ର ସମାଜ କର୍ମଚାରୀ ତଥା ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି।

 

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories