www.samajalive.in
Saturday, December 13, 2025
14.1 C
Bhubaneswar

ଆଲମଣ୍ଡ ଚିକେନ

ଆବଶ୍ୟକ ସାମଗ୍ରୀ
ଚିକେନ – ୫୦୦ ଗ୍ରାମ
କଟା ପିଆଜ – ୩ଟି
ଆଲମଣ୍ଡ – ୫୦ ଗ୍ରାମ
ଦହି – ୧କପ
ଘିଅ – ୧କପ
କ୍ଷୀର – ୧କପ
ଅଦା ରସୁଣ ବଟା – ୨ଚାମଚ
କଟା ଅଦା – ଅଳ୍ପ
କଞ୍ଚା ଲଙ୍କା – ୨ଟି
ଲଙ୍କା ଗୁଣ୍ଡ – ୧ଚାମଚ
ହଳଦୀ ଗୁଣ୍ଡ – ଅଳ୍ପ
କସ୍ତୁରୀ ମେଥି – ଅଳ୍ପ
ଗୋଟା ଧନିଆ
ଗୋଲମରିଚ – ଅଳ୍ପ
ଲବଙ୍ଗ – ଅଳ୍ପ
ଜିରା – ଅଳ୍ପ
ଶୁଖିଲା ଲଙ୍କା – ୩ଟି
ଲୁଣ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଚିକେନକୁ ଭଲ ଭାବେ ଧୋଇ ଏଥିରେ ଦହି, ହଳଦୀ ଗୁଣ୍ଡ, ଅଳ୍ପ ଲୁଣ, ଲଙ୍କା ଗୁଣ୍ଡ, ଅଦା ରସୁଣ ବଟା ଗୋଳାଇ ରଖନ୍ତୁ। ଏବେ ଗ୍ୟାସ ଲଗାଇ କଡ଼େଇରେ ଆଲମଣ୍ଡ, ଶୁଖିଲା ଲଙ୍କା, ଧନିଆ, ଜିରା, ଲବଙ୍ଗ, ଗୋଲମରିଚକୁ ଭାଜି ଦିଅନ୍ତୁ। ଭାଜିବା ପରେ ଏହାକୁ ପେଷି ମସଲା ପ୍ରସ୍ତୁତ କରି ରଖନ୍ତୁ। ପୁଣି ଗ୍ୟାସରେ ଆଉ ଏକ କଡ଼େଇ ବସାଇ ଘିଅ ଗରମ କରନ୍ତୁ। ଘିଅ ଗରମ ହେବା ପରେ ଏଥିରେ କଟା ପିଆଜ ପକାଇ ଭାଜନ୍ତୁ। ପିଆଜ ଭାଜି ହେଲେ ଏହାକୁ ଏକ ପାତ୍ରକୁ କାଢି ରଖନ୍ତୁ। ଏବେ ସେହି ଗରମ ଘିଅରେ ଚିକେନକୁ ପକାଇ ଭାଜନ୍ତୁ। ଚିକେନ ଭଲ ଭାବେ ଭାଜି ହୋଇଗଲେ ଏଥିରେ ଗୁଣ୍ଡ କରି ରଖିଥିବା ମସଲାକୁ ପକାଇ କଷନ୍ତୁ। କଷି ହେବା ପରେ ଭାଜି ରଖିଥିବା ପିଆଜ, ଲୁଣ, ଦହି, କ୍ଷୀର ପକାଇ, ୧କପ ପାଣି ଦେଇ ୫ ମିନିଟ ଫୁଟାନ୍ତୁ। ପ୍ରସ୍ତୁତ ହୋଇଗଲା ଆଲମଣ୍ଡ ଚିକେନ। ଏହା ପରେ ଏହାକୁ ଏକ ପାତ୍ରକୁ କାଢି ଗରମାଗରମ ଖାଆନ୍ତୁ ଓ ମଜା ନିଅନ୍ତୁ।

Hot this week

ସରକାରଙ୍କ ଉପଲବ୍ଧିର ପ୍ରଚାର କରିବ ବିଜେପି ଯୁବ ମୋର୍ଚ୍ଚା: ଅଭିଳାଷ

ଖୁବ୍‌ଶୀଘ୍ର ୩୭ ଜିଲାରେ ସଭାପତି ଭୁବନେଶ୍ବର : ବିଜେପି ଯୁବମୋର୍ଚ୍ଚାର ରାଜ୍ୟ ସଭାପତି...

କଂଗ୍ରେସର ଆଭ୍ୟନ୍ତରୀଣ ରାଜନୀତି ସରଗରମ

ଏବେ କିଛି କହୁନାହିଁ, ସମୟ କହିବ: ଭକ୍ତ ଦିଲ୍ଲୀରେ ସମାଧାନ...

ଶୀତରେ ରୁମ୍‌ ହିଟର ଲଗାଉଛନ୍ତି କି? ପିଲାଙ୍କ କେତେ ସୁରକ୍ଷିତ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ, କୋଠରୀକୁ ଉଷ୍ମ ରଖିବା ପାଇଁ...

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

ନିଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ସତ୍ତ୍ବେ ମିଳୁନି ଚାକିରି

୧.୪୭ ଲକ୍ଷ ତାଲିମଧାରୀ; ୪୩ ହଜାରଙ୍କୁ ନିଯୁକ୍ତି ସର୍ତ୍ତ ମାନୁନାହାନ୍ତି...

Related Articles

Popular Categories