www.samajalive.in
Tuesday, December 9, 2025
15.1 C
Bhubaneswar

କାନପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ; ୧୭ମୃତ,୨୦ରୁ ଅଧିକ ଆହତ

ଲକ୍ଷେ୍ନø : ଉତ୍ତରପ୍ରଦେଶ କାନପୁରରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ନେଇ ବୁଧବାର ଜଣାପଡିଛି। ଗତକାଲି ରାତିରେ ଏକ ଲୋଡରକୁ ଯାତ୍ରୀବାହୀ ବସ ଧକ୍କା ଦେବା ଫଳରେ ବସଟି ନିୟନ୍ତ୍ରଣ ହରାଇ ଏକ ପୋଲ ତଳକୁ ଖସି ପଡିବା ଫଳରେ ୧୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି। ଉକ୍ତ ବସଟି ଲକ୍ଷେ୍ନøରୁ ଦିଲ୍ଲୀ ଯିବା ସମୟରେ କାନପୁର ଥାନା ସଞ୍ଚିଡୀ ନିକଟରେ ଥିବା ଏକ କାରଖାନା ସମ୍ମୁଖରେ ଏହି ସଡକ ଦୁର୍ଘଟଣା ଘଟିଥିଲା। ମୃତକଙ୍କ ମଧ୍ୟରେ ଅନେକ ଶ୍ରମିକ ରହିଥିବା ବେଳେ ଆହତଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।
ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ଆର୍ଥିକ ସହାୟତା ଯୋଗାଇବା ସହ ଦୁର୍ଘଟଣାର କାରଣ ଓ ସଠିକ ତଦନ୍ତ ପାଇଁ ଉଚ୍ଚ ଅଧିକାରୀଙ୍କୁ ଘଟଣାସ୍ଥଳରେ ପହଞ୍ଚିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

- Advertisement -

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories