www.samajalive.in
Wednesday, December 10, 2025
18.1 C
Bhubaneswar

ଆସନ୍ତାକାଲିଠୁ ପ୍ରବଳ ବର୍ଷା ; ସତର୍କ ରହିବା ପାଇଁ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି

ଭୁବନେଶ୍ୱର: ଲଘୁଚାପ ଯୋଗୁଁ ରାଜ୍ୟରେ କାଲିଠୁ ୧୪ ତାରିଖ ଯାଏ ପ୍ରବଳ ବର୍ଷାର ଆଶଙ୍କା ରହିଛି। ଅନ୍ୟପକ୍ଷରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ସ୍ୱତନ୍ତ୍ର ରିଲିଫ କମିଶନର ସତର୍କ କରିଛନ୍ତି। ସମସ୍ତ ଜିଲ୍ଲାପାଳଙ୍କୁ ଓ ମହାନଗର ନିଗମକୁ ଏସଆରସି ଚିଠି ଲେଖି ଜାଗତିଆର ରହିବାକୁ କହିଛନ୍ତି। ୧୦ରୁ ୧୪ ଯାଏ ବର୍ଷା ହେବା ନେଇ ପାଣିପାଗ ବିଭାଗ ଅନୁମାନ କରିଛି।

file photo

ପାଣିପାଗ ବିଭାଗର ସୂଚନା ଅନୁସାରେ ପୂର୍ବ ମଧ୍ୟ ଏବଂ ଉତର-ପୂର୍ବ ବଙ୍ଗୋପସାଗରର ଏକ ଘୂର୍ଣ୍ଣିଂବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୧୧ତାରିଖ ବେଳକୁ ଉତର-ବଙ୍ଗୋପସାଗର ତଥା ତାର ଆଖପାଖ ଅଞ୍ଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିଯୋଗୁଁ ଆସନ୍ତାକାଲି (ଗୁରୁବାର)ଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼ , କେନ୍ଦୁଝର, ମୟୁରଭଞ୍ଜ,ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଆଦି ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୧୦ ତାରିଖରୁ ୧୧ ତାରିଖ ମଧ୍ୟରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ , ଅନୁଗୁଳ, ଢେଙ୍କାନାଳ ଓ ସମ୍ବଲପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ଯୋଗୁଁ ଅକସ୍ମାତ୍‍ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। ସେହିପରି ମାଟିରାସ୍ତା ଧସିଯିବା, ପାହାଡ଼ିଆ ଅଞ୍ଚଳରେ ଭୂ-ସ୍ଖଳନ ଓ ପୌରାଞ୍ଚଳରେ ଯାତାୟାତ ବାଧାପ୍ରାପ୍ତ ହୋଇପାରେ। ଏଥିଯୋଗୁଁ ପନିପରିବା ଚାଷ ମଧ୍ୟ ନଷ୍ଟ ହେବାର ସମ୍ଭାବନା ରହିଛି। ତେଣୁ ସତର୍କତା ଅବଲମ୍ବନ କରିବା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରାଜ୍ୟବାସୀଙ୍କୁ ସତର୍କ କରାଇ ଦିଆଯାଇଛି।
ଏହି ସମୟ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ଯାଜପୁର, ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା, ବରଗଡ, ମାଲକାନଗିରି, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁବଣ୍ଣପୁର ଓ ନବରଙ୍ଗପୁର ଜିଲ୍ଳାରେ ପ୍ରବଳ ବଷା ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାଗୁଡିକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
୧୦ରୁ ୧୪ତାରିଖ ମଧ୍ୟରେ ବିଭିନ୍ନ ଅଞ୍ଚଳରେ ଝଡ଼ବର୍ଷା ସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

Hot this week

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

Related Articles

Popular Categories