www.samajalive.in
Monday, December 8, 2025
27.1 C
Bhubaneswar

ପାଠକ ବାପ-ପୁଅଙ୍କୁ ମିଳିଲା ଜାମିନ

କଟକ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ତଥା ଠକେଇ ଅଭିଯୋଗରେ ଗିରଫ ହୋଇଥିବା ପାଠକ ବାପପୁଅଙ୍କୁ ଏକ ମାମଲାରେ ମିଳିଛି ଜାମିନl ଟାଟା କମ୍ପାନୀରେ ଚାକିରି କରାଇ ଦେବା ନାଁରେ ହୋଇଥିବା ଠକେଇ ଅଭିଯୋଗରେ ଆଇଏଫଏସ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶଙ୍କୁ ଉଚ୍ଚନ୍ୟାୟାଳୟରୁ ମିଳିଛି ସର୍ତ୍ତମୂଳକ ଜାମିନ ମିଳିଛି l ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କୁ ନେଇ ଗଠିତ ଖଣ୍ଡପୀଠ ଗୋଳନ୍ଥରା ଥାନାର ଏକ ମାମଲାରେ ଏହି ଜାମିନ ପ୍ରଦାନ କରିଛନ୍ତି। ୨ ଲକ୍ଷ ଟଙ୍କା ଲେଖାଏଁ ସହ ଦୁଇ ଜଣ ଜାମିନଦାରଙ୍କ ଦ୍ୱାରା ସେ ଜାମିନରେ ଯାଇପାରିବେ ବୋଲି ସର୍ତ୍ତ ରହିଛି। ତେବେ ଅନ୍ୟ ମାମଲା ବିଚାରାଧୀନ ଥିବାରୁ ପାଠକ ବାପ-ପୁଅ ଏବେ କାରାଗାରରୁ ବାହାରିବା ସମ୍ଭବପର ନୁହେଁ।

ସୂଚନାଯୋଗ୍ୟ, ଟାଟା କମ୍ପାନୀରେ ଚାକିରି କରାଇଦେବା ନାମରେ ଠକେଇ ନେଇ ଗୋଳନ୍ଥରା ଥାନାରେ ଉଭୟଙ୍କ ନାମରେ ଅଭିଯୋଗ ହୋଇଥିଲା। ପୂର୍ବରୁ କ୍ରାଇମବ୍ରାଞ୍ଚ ଓ ଭିଜିଲାନ୍ସ ମାମଲାରେ ଜାମିନ ପାଇଥିଲେ ଅଭୟକାନ୍ତ। ଏବେ ବି ଗୋଳନ୍ଥରାରେ ତାଙ୍କ ନାଁରେ ଆଉ ଏକ ମାମଲା ରହିଛି। ଯେଉଁ ମାମଲାରେ ତାଙ୍କୁ ଏବେବି ଜାମିନ ମିଳିନାହିଁ। ଆଇଏଫଏସ ଅଭୟକାନ୍ତଙ୍କ ପକ୍ଷରୁ ଆଇନଜୀବୀ ମାନସ ଚାନ୍ଦ, ଆକାଶ ପକ୍ଷରୁ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ମାମଲା ପରିଚାଳନା କରୁଥିଲେ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories