www.samajalive.in
Monday, December 8, 2025
13.1 C
Bhubaneswar

ଅନ୍ତଃନଦୀ ଜଳାଶୟ ଯୋଜନାରେ ନଦୀ ଜଳ ହେବ ସଂରକ୍ଷଣ

ଭୁବନେଶ୍ୱର: ରାଜ୍ୟରେ ପ୍ରବାହିତ ବଡ ବଡ ନଦୀରୁ ସମୁଦ୍ରକୁ ବୋହିଯାଉଥିବା ଜଳକୁ ସଂରକ୍ଷଣ କରି ରଖିବା ନିମନ୍ତେ ନଦୀ ଭିତରେ କେତେକ ସ୍ଥାନରେ ବଡ ବଡ ଅନ୍ତଃ ନଦୀ ଜଳାଶୟ ( ଇନଷ୍ଟ୍ରିମ ଷ୍ଟୋରେଜ ଷ୍ଟ୍ରକ୍ଚର) ନିର୍ମାଣ ନିମନ୍ତେ ରାଜ୍ୟ ସରକାରଙ୍କ ତରଫରୁ ଯୋଜନା ରହିଛି। ଏହି ପ୍ରକଳ୍ପର କାର୍ଯ୍ୟକାରିତା ନେଇ ଏକ ସମୀକ୍ଷା ବୈଠକ ଜଳ ସଂପଦ ବିଭାଗ ତରଫରୁ ଭର୍ଚୁଆଲ (ଆଭାସୀ) ବ୍ୟବସ୍ଥାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ବୈଠକରେ ଅଧ୍ୟକ୍ଷତା କରି ଏହିସବୁ ଅନ୍ତଃନଦୀ ଜଳାଶୟ ନିର୍ମାଣ ସଂପର୍କରେ କାର୍ଯ୍ୟ ଅଗ୍ରଗତି ନେଇ ସ୍ଥିତି ସମୀକ୍ଷା କରିଥିଲେ। ସମୀକ୍ଷାରୁ ଜଣାଯାଇଛି ଯେ, ପ୍ରଥମ ପର୍ଯ୍ୟାୟରେ ୨୦୨୧-୨୨ ଆର୍ଥିକ ବର୍ଷରେ ୩୦ଟି ଅନ୍ତଃନଦୀ ଜଳାଶୟ ନିର୍ମାଣ ନିମନ୍ତେ ରାଜ୍ୟ ସରକାର ଅନୁମୋଦନ ରହିଥିବା ବେଳେ ତନ୍ମଧ୍ୟରୁ ୧୪ଟିର ନିର୍ମାଣ ସକାଶେ ଟେଣ୍ଡର ପାଇଁ ପ୍ରକ୍ରିୟା ଜାରି ରହିଛି। ୪ଟି ପ୍ରକଳ୍ପର ନିର୍ମାଣ ପାଇଁ ଜଳ ବିଜ୍ଞାନ ସମ୍ବନ୍ଧୀୟ (ହାଇଡ୍ରୋଲୋଜିକାଲ) ଅନୁଧ୍ୟାନ ପୂର୍ବକ ଚଳିତ ଜୁନ୍ ୧୫ ଓ ଆଉ ୪ଟି ପାଇଁ ଜୁନ୍ ୩୦ ସୁଦ୍ଧା ନକ୍ସା ବା ଡିଜାଇନ୍ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ୫ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ ବିଭିନ୍ନ ନଦୀରେ ନିର୍ଦ୍ଦିଷ୍ଟ କେଉଁ ସ୍ଥାନରେ (ଆକ୍ସିସ୍) ହେବ, ଏଥି ନିମନ୍ତେ ବିଭାଗୀୟ ସଂପୃକ୍ତ କ୍ଷେତ୍ରସ୍ତରୀୟ ଅଧିକାରୀ ଚୂଡାନ୍ତ ବିବରଣୀ ଦେବେ। ସେହିଭଳି ଆଉ ୩ଟି ପ୍ରକଳ୍ପ ପାଇଁ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀଙ୍କୁ ବୈଷୟିକ ଟିମ୍ ସହିତ ଅନୁଧ୍ୟାନ କରି ଜୁନ୍ ୩୦ ସୁଦ୍ଧା ବିବରଣୀ ପ୍ରଦାନ କରିବାକୁ ପରାମର୍ଶ ଦିଆଯାଇଛି।

ଆଗାମୀ ଦିନରେ ଅଧିକ ଅନ୍ତଃନଦୀ ଜଳାଶୟ ନିର୍ମାଣ କରାଯିବାକୁ ଥିବାରୁ ନିର୍ଦ୍ଧାରିତ ସମୟ ଅନୁସାରେ ପ୍ରକଳ୍ପ ଶେଷ କରିବା ପାଇଁ କାର୍ଯ୍ୟ ତଦାରଖ ଓ ସମନ୍ୱୟ ରଖାଯିବା ନିମନ୍ତେ ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଗର୍ଗ ଗୁରୁତ୍ୱ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ସେଚ ସଦନ ସ୍ଥିତ ସର୍ବୋଚ୍ଚ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ମୁଖ୍ୟ ଯନ୍ତ୍ରୀ, ସଂଗ୍ରହଣ(ପ୍ରୋକ୍ୟୁରମେଣ୍ଟ) ଓ ରାଜୀବ ଭବନ ସ୍ଥିତ ଜଳସଂପଦ ବିଭାଗ ମୁଖ୍ୟ କାର୍ଯ୍ୟାଳୟରେ ସର୍ବୋଚ୍ଚ ଯନ୍ତ୍ରୀ ତଥା ସ୍ୱତନ୍ତ୍ର ଶାସନ ସଚିବ-୧ଙ୍କୁ ନୋଡାଲ ଅଧିକାରୀଭାବେ କାର୍ଯ୍ୟ କରିବା ନେଇ ନିଷ୍ପତି ନିଆଯାଇଛି। ଟେଣ୍ଡର ପ୍ରକ୍ରିୟା ଶେଷ ହେବା ପରେ ଅନ୍ତଃ ନଦୀ ଜଳାଶୟ ନିର୍ମାଣ କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ପ୍ରମୁଖ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ଜଳ ସଂପଦ ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ଅର୍ଚ୍ଚନା ପଟ୍ଟନାୟକ, ସର୍ବୋଚ୍ଚ ଯନ୍ତ୍ରୀ ଇଂ.ଜ୍ୟୋତିର୍ମୟ ରଥ, ସର୍ବୋଚ୍ଚ ଯନ୍ତ୍ରୀ, ଯୋଜନା ଓ ନକ୍ସାଙ୍କନ ଇଂ. ଧୀରେନ୍ କୁମାର ସାମଲଙ୍କ ସମେତ ବିଭାଗୀୟ ଅନ୍ୟ ବରିଷ୍ଠ ପଦାଧିକାରୀ ଓ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ।

Hot this week

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

Related Articles

Popular Categories