www.samajalive.in
Monday, December 8, 2025
17.1 C
Bhubaneswar

ଓଡ଼ିଶା ପୁଲିସ ନିଯୁକ୍ତି ପାଇଁ ଆବେଦନ କରିପାରିବେ କିନ୍ନର : ଡିଜିପି

ଭୁବନେଶ୍ୱର : ଓଡ଼ିଶା ପୋଲିସରେ ନିଯୁକ୍ତି ପାଇପାରିବେ କିନ୍ନର। ଓଡ଼ିଶା ପୁଲିସ ପକ୍ଷରୁ ୪୭୭ ସବ-ଇନ୍ସପେକ୍ଟର ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେହିପରି ୨୪୪ କନେଷ୍ଟବଳ ପଦବୀପାଇଁ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ କିନ୍ନର ମାନେ ମଧ୍ୟ ଆବେଦନ କରିପାରିବେ ବୋଲି ଉଲ୍ଲେଖ କରାଯାଇଛି। ରାଜ୍ୟ ସରକାରଙ୍କ ଏପରି ନିଷ୍ପତିକୁ ବିଭିନ୍ନ କିନ୍ନର ସଂଘ ପକ୍ଷରୁ ସ୍ୱାଗତ କରାଯାଇଛି।
ବିଜ୍ଞପ୍ତି ଅନୁଯାୟୀ ଏହିସବୁ ପଦୀବ ପାଇଁ ଜୁନ୍‍ ୨୨ ତାରିଖରୁ ଅନଲାଇନରେ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଆବେଦନ କରିବାର ଶେଷ ତାରିଖ ହେଉଛି ଜୁଲାଇ ୧୫ ରହିଛି। ସବ-ଇନ୍ସପେକ୍ଟର ପଦବୀ ପାଇଁ ଯେଉଁମାନେ ଆବେଦନ କରିବେ ସେମାନଙ୍କ ବୟସ ୨୧ ବର୍ଷରୁ କମ୍‍ ହୋଇନଥିବ କି ୧.୧.୨୦୨୧ ସୁଦ୍ଧା ୨୫ ବର୍ଷରୁ ଅଧିକ ହୋଇନଥିବ। ତେବେ ଏସ୍‍ଟି, ଏସ୍‍ସି, ଏସ୍‍ଇବିସି ଓ ମହିଳା ପ୍ରାର୍ଥୀଙ୍କ ପାଇଁ ବୟସ ୫ ବର୍ଷ କୋହଳ ରହିଛି। ସେହିଭଳି କନଷ୍ଟେବଳ (କମ୍ୟୁନିକେସନ) ପଦବୀ ପାଇଁ ଯେଉଁମାନେ ଆବେଦନ କରିବେ ସେମାନଙ୍କ ବୟସ ୧୮ ବର୍ଷରୁ କମ୍‍ ହୋଇ ନଥିବ ତଥା ୧.୧.୨୦୨୧ ସୁଦ୍ଧା ୨୩ ବର୍ଷରୁ ଅଧିକ ହୋଇନଥିବ।
ଏ ସଂପର୍କରେ ସୂଚନା ଦେଇ ଡିଜିପି ଶ୍ରୀ ଅଭୟ କହିଛନ୍ତି, ସବ-ଇନ୍ସପେକ୍ଟର ପଦବୀ ପାଇଁ ସର୍ବନିମ୍ନ ଶିକ୍ଷାଗତ ଯୋଗ୍ୟତା ସ୍ନାତକ ପାସ୍‍ ରଖାଯାଇଛି। ଚଳିତବର୍ଷ ପରୀକ୍ଷା ଢାଞ୍ଚାରେ ପରିବର୍ତନ କରାଯାଇଛି। ଗୋଟିଏ ଲିଖିତ ପରୀକ୍ଷା ହେବା ସହ ସେଥିରେ ମଲ୍ଟିପଲ ଚଏସ ପ୍ରଶ୍ନ ରହିବ। ଏଥିସହ ପ୍ରାର୍ଥୀମାନଙ୍କୁ ଶାରୀରିକ ଦକ୍ଷତା ପରୀକ୍ଷା ଦେବାକୁ ହେବ। ସେହିଭଳି କନଷ୍ଟେବଳ (କମ୍ୟୁନିକେସନ) ପଦବୀ ପାଇଁ ଇଛୁକ ଥିବା ପ୍ରାର୍ଥୀଙ୍କ ପାଇଁ ସର୍ବନିମ୍ନ ଶିକ୍ଷା ଯୋଗ୍ୟତା ଯୁକ୍ତ ୨ ପାସ୍‍ ରଖାଯାଇଥିବା ବେଳେ ସେମାନେ ରାଜ୍ୟ ସରକାରଙ୍କ ଦ୍ୱାରା ସ୍ୱୀକୃତିପ୍ରାପ୍ତ କୌଣସି ଅନୁଷ୍ଠାନରୁ କଂପ୍ୟୁଟର ଆପ୍ଲିକେସନରେ ଡିପ୍ଲୋମା କରିଥିବା ଆବଶ୍ୟକ। ଏହାବାଦ୍‍ ଶାରୀରିକ ଦକ୍ଷତା ପରୀକ୍ଷା ଦେବାକୁ ପଡ଼ିବ ବୋଲି ଡିଜିପି କହିଛନ୍ତି।

- Advertisement -

ରାଜ୍ୟ ସରକାରଙ୍କ ଏପରି ନିଷ୍ପତିକୁ କିନ୍ନର ମହାସଂଘ ପ୍ରତିଷ୍ଠାତା ସଭାପତି ପ୍ରଦୀପ ସାହୁ ସ୍ୱାଗତ କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଦୀର୍ଘଦିନ ପରେ କିନ୍ନରମାନଙ୍କ ଦାବି ପୂରଣ ହେଲା ବୋଲି ସେ କହିଛନ୍ତି। ପୁଲିସ ବିଭାଗରେ ନିଯୁକ୍ତି ପାଇବାକୁ ଥିବା କିନ୍ନରମାନଙ୍କ ପାଇଁ ଶାରୀରିକ ପରୀକ୍ଷା ଓ ଶିକ୍ଷାଗତ ଯୋଗ୍ୟତା କୋହଳ କରିବାକୁ ସେ ଅନୁରୋଧ କରିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories