www.samajalive.in
Saturday, December 6, 2025
26.1 C
Bhubaneswar

ଭୁବନେଶ୍ବର ରାଜରାସ୍ତାରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା

ଭୁବନେଶ୍ବର: ରାଜଧାନୀରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ ଭୁବନେଶ୍ବର ରାଜରାସ୍ତାରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ରାଜମହଲ-ଶିଶୁଭବନ ରାସ୍ତାରେ ପଥରରେ ଛେଚି ନୃସଂଶ ହତ୍ୟା ଭାବେ ଜଣେ ବ୍ୟକ୍ତି ହତ୍ୟା କରିଥିବା ଜଣାପଡ଼ିଛି। ଦେଖଣାହାରୀଙ୍କ କହିବା ଅନୁଯାୟୀ ପ୍ରଥମେ ଦୁଇଜଣ ବ୍ୟକ୍ତିଙ୍କ ମଧ୍ୟରେ ବଚସା ହୋଇଥିଲା। ବଚସାରୁ ଜଣେ ଯୁବକ ଅନ୍ୟ ଜଣେ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ସୂଚନା ମିଳିଛି। ମୃତ ଯୁବକଙ୍କ ପରିଚୟ ଅସ୍ପଷ୍ଟ ଥିବାବେଳେ କ୍ୟାପିଟାଲ ଥାନାରେ ଜଣେ ଅଟକ ରହିଥିବା ଜଣାପଡ଼ିଛି।

 

- Advertisement -

କ୍ୟାପିଟାଲ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତ ଯୁବକଙ୍କ କେବଳ ମୁଣ୍ଡରେ ଗଭୀର ଆଘାତ ଲାଗିଛି ଏବଂ ତାଙ୍କ ଶରୀରର ଅନ୍ୟ ସ୍ଥାନରେ କ୍ଷତ ଚିହ୍ନ ଦେଖିବାକୁ ମିଳିନାହିଁ। ତେବେ କେବଳ ବଚସା କିମ୍ବା କେଉଁ କାରଣରୁ ଏଭଳି ନୃସଂଶ ହତ୍ୟାକାଣ୍ଡ ଘଟିଛି ସେଥିନେଇ ପୁଲିସ ଛାନଭିନ ଚଳାଇଛି। ରାଜମହଲ ଛକରୁ ଶିଶୁଭବନ ଛକ ରାସ୍ତା ସବୁବେଳେ ଜନଗହଳିପୂର୍ଣ୍ଣ ରହିଥାଏ। ଆଜି ସପ୍ତାହନ୍ତ ସଟଡାଉନ ତଥା ଝିପି ଝିପି ବର୍ଷା ଲାଗି ରହିଥିବାରୁ ଏହି ରାସ୍ତାଟି ସମ୍ପୂର୍ଣ୍ଣ ଶୂନଶାନ ରହିଥିଲା। ଏହି ସମୟରେ ଦୁଇଜଣଙ୍କ ମଧ୍ୟରେ ବଚସା ହେବା ପରେ ହତ୍ୟାକାଣ୍ଡ ଘଟିଛି।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories