www.samajalive.in
Monday, December 8, 2025
24.1 C
Bhubaneswar

‘ଚାଷୀମାନଙ୍କୁ ନୂତନ କିସମର ଧାନ ବିହନ ପ୍ରୟୋଗ ନିମନ୍ତେ ଉତ୍ସାହିତ କରିବା ଆବଶ୍ୟକ’ : କୃଷି ମନ୍ତ୍ରୀ

ଭୁବନେଶ୍ୱର: ଚଳିତ ଖରିଫ୍‌ରେ ଚାଷୀମାନଙ୍କୁ ଚାହିଦା ମୁତାବକ ଉନ୍ନତ ମାନର ବିହନ ସଠିକ ସମୟରେ ଓ ନିର୍ଦ୍ଧାରିତ ମୂଲ୍ୟରେ ଯୋଗାଇଦେବା ପାଇଁ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ନିର୍ଦ୍ଦେଶ ଦେଇଛନ୍ତି ।
ଆଜି ଓଡ଼ିଶା ରାଜ୍ୟ ବିହନ ନିଗମ ଦ୍ୱାରା ବିହନ ଯୋଗାଣ ସଂପର୍କରେ ଭର୍ଚୁଆଲ ମାଧ୍ୟମରେ ଆୟୋଜିତ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଡ. ସାହୁ ବିହନ ନିଗମ ଦ୍ୱାରା ପ୍ରସ୍ତୁତ ପ୍ରାମାଣିକ ଧାନ ବିହନ ଚାଷୀମାନଙ୍କ ନିକଟରେ ଯେପରି ନିରନ୍ତର ଯୋଗାଣ ହୋଇପାରିବ ସେଥି ନିମନ୍ତେ ସମସ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପ୍ରତିକୁଳ ପାଣିପାଗ ଯୋଗୁ ବିହନ ଯୋଗାଣରେ ଯେପରି ବାଧା ନଉପୁଜେ ସେଥି ନିମନ୍ତେ ପଦକ୍ଷେପ ଗ୍ରହଣ କରିବାକୁ କହିଥିଲେ। ଆଗାମୀ ଏକ ମାସ ଖରିଫ ଚାଷ ନିମନ୍ତେ ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ଏହି ସମୟ ମଧ୍ୟରେ ଚାଷୀମାନଙ୍କ ନିକଟରେ ସମସ୍ତ ଆବଶ୍ୟକୀୟ ବିହନ ଯୋଗାଇଦେବାକୁ ନିର୍ଦେଶ ଦେଇଥିଲେ। ଚାଷୀମାନେ ଯେପରି ଉନ୍ନତ ମାନର ବିହନ ନିର୍ଦ୍ଧାରିତ ମୂଲ୍ୟରେ ପାଇପାରିବେ ସେଥି ନିମନ୍ତେ କ୍ଷେତ୍ର ସ୍ତରରେ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

 

- Advertisement -

ଏଥି ସହିତ ବିହନ ଯୋଗାଣ ଦିଗରେ ଅସାଧୁ ବ୍ୟବସାୟୀଙ୍କ ପ୍ରତି ସତର୍କ ଦୃଷ୍ଟି ରଖିବା ପାଇଁ କହିଥିଲେ। ବିହନ ଯୋଗାଣ କ୍ଷେତ୍ରରେ କୌଣସି ଅଭିଯୋଗ ଆସିଲେ ତୁରନ୍ତ ତାହାର ସମାଧାନ କରିବା ପାଇଁ ଅଧିକାରୀମାନଙ୍କୁ ମନ୍ତ୍ରୀ ଡ. ସାହୁ ନିର୍ଦେଶ ଦେଇଥିଲେ। ଏଥି ସହିତ ଚାଷୀମାନଙ୍କୁ ନୂତନ କିସମର ଧାନ ବିହନ ପ୍ରୟୋଗ ନିମନ୍ତେ ଉତ୍ସାହିତ କରିବା ଆବଶ୍ୟକ ବୋଲି ମନ୍ତ୍ରୀ କହିଥିଲେ। ୧୦ ବର୍ଷରୁ ଅଧିକ ପୁରୁଣା ପୂଜା ଏବଂ ସ୍ୱର୍ଣ୍ଣ ପ୍ରଜାତିର ଧାନରେ ରୋଗପୋକ ଆକ୍ରମଣର ଅଧିକ ସମ୍ଭାବନା ଥିବାରୁ ଏହାର ବ୍ୟବହାରକୁ କମ୍‌ କରିବା ଆବଶ୍ୟକ ବୋଲି ମନ୍ତ୍ରୀ ଡ. ସାହୁ କହିଥିଲେ। ଉନ୍ନତ ମାନର ଓ ଅଧିକ ଉତ୍ପାଦନକ୍ଷମ ନୂତନ କିସମର ବିହନ ବ୍ୟବହାର ନିମେନ୍ତେ ଚାଷୀମାନଙ୍କୁ ବିଭିନ୍ନ ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମ ଜରିଆରେ ସଚେତନ କରିବା ପାଇଁ ମନ୍ତ୍ରୀ ଡ. ସାହୁ କହିଥିଲେ।
ବୈଠକରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଶାସନ ସଚିବ ସୁରେଶ କୁମାର ବଶିଷ୍ଠ କହିଲେ ଚଳିତ ଖରିଫରେ ଚାଷୀମାନଙ୍କୁ ପର୍ଯ୍ୟାପ୍ତ ବିହନ ଯୋଗାଣ କ୍ଷେତ୍ରରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଇଛି ଓ ଏ ଦିଗରେ ସମବାୟ ବିଭାଗ ସହିତ ଉପଯୁକ୍ତ ସମନ୍ୱୟ ରଖାଯାଇଛି। ଏଥି ସହିତ ଚାଷୀମାନଙ୍କୁ ବାସନାଯୁକ୍ତ ଚାଉଳ ଉତ୍ପାଦନ ନିମନ୍ତେ ଧାନ ବିହନ ବ୍ୟବହାରକୁ ପ୍ରୋତ୍ସାହିତ କରାଯାଉଛି ବୋଲି କହିଥିଲେ । ଚଳିତ ଖରିଫରେ ଓଡ଼ିଶା ରାଜ୍ୟ ବିହନ ନିଗମ ପକ୍ଷରୁ ୫ ଲକ୍ଷ କ୍ୱିଣ୍ଟାଲ ଧାନ ବିହନ ଯୋଗାଇଦେବାର ଲକ୍ଷ୍ୟ ରଖାଯାଇଛି ବୋଲି ବିହନ ନିଗମର ପରିଚାଳନା ନିର୍ଦେଶକ କହିଥିଲେ। ବୈଠକରେ ଓଡ଼ିଶା ରାଜ୍ୟ ବିହନ ନିଗମର ଅଧ୍ୟକ୍ଷ ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀ, କୃଷି ଖାଦ୍ୟ ଉତ୍ପାଦନ ନିର୍ଦେଶକ ଡ. ଏମ୍‌. ମୁଥୁକୁମାର, ସମବାୟ ସମିତି ସମୂହର ନିବନ୍ଧକ ସୁଶାନ୍ତ କୁମାର ବାରିକଙ୍କ ସମେତ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories