www.samajalive.in
Wednesday, December 10, 2025
14.1 C
Bhubaneswar

ମର୍ମନ୍ତୁଦ ଦୁର୍ଘଟଣା ; ଗୋଟିଏ ପରିବାରର ୧୦ ମୃତ

ଆନନ୍ଦ : ଗୁଜରାଟର ଆନନ୍ଦ ସ୍ଥିତ ତାରାପୁର ରାଜପଥରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଗୋଟିଏ କାର ଓ ଟ୍ରକ ମଧ୍ୟରେ ଧକ୍କା ହୋଇ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଗୋଟିଏ ପରିବାରର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି।
କାରରେ ଉକ୍ତ ପରିବାରର ସଭିଏଁ ସୁରତରୁ ଭାବାନଗର ଯାଉଥିଲେ। ଇନ୍ଦ୍ରଜ ଗାଁ ନିକଟରେ ବିପରୀତ ଦିଗରୁ ଆସୁଥିବା ଗୋଟିଏ ଟ୍ରକ ସହ ଉକ୍ତ କାରର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ କାରଟି ସମ୍ପୂର୍ଣ୍ଣ ଭାଙ୍ଗିଯିବା ସହ ଏହାର ଅଧିକାଂଶ ଅଂଶ ଟ୍ରକ ମଧ୍ୟକୁ ପଶି ଯାଇଥିଲା। ଘଟଣାସ୍ଥଳରେ ୧୦ ଜଣଙ୍କ ମୃତ୍ୟୁ ହେବା ସହ ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories