www.samajalive.in
Monday, December 8, 2025
27.1 C
Bhubaneswar

ବଜ୍ରକାପ୍ତା ଉଦ୍ଧାର : ବନବିଭାଗକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଆଠଗଡ : ଆଠଗଡ ବ୍ଲକର ରାଧାଗୋବିନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ଜଣେ ବ୍ୟକ୍ତିଙ୍କ ଘର ପରିସରରୁ ଏକ ବଜ୍ରକାପ୍ତା ଉଦ୍ଧାର ହୋଇଥିବା ଜଣାପଡ଼ିଛି। ଲକ୍ଷ୍ମୀନାରାୟଣପୁର ଗ୍ରାମର ପ୍ରଣୟ ପ୍ରଧାନଙ୍କ ଘରର ବାଡିପଟେ ଏକ ବଜ୍ରକାପ୍ତା ବୁଲୁଥିବା ଦେଖି ଗ୍ରାମବାସୀଙ୍କ ସହାୟତାରେ ସେ ଉଦ୍ଧାର କରିଥିଲେ। ପରେ ବନବିଭାଗକୁ ଖବର ଦେବା ପରେ ଭ୍ରାମ୍ୟମାଣ ସ୍କ୍ୱାର୍ଡର ଡେପ୍ୟୁଟି ରେଞ୍ଜର ସୁରେଶ କୁମାର ଷଡଙ୍ଗୀ, ବନପାଳ ପ୍ରଶାନ୍ତ କୁମାର ପରିଡ଼ା ଓ ବନରକ୍ଷୀ ସୁଶିଲ ଜେନା ଘଟଣାସ୍ଥଳରେ ପହଞ୍ଚି ବଜ୍ରକାପ୍ତାଟିକୁ ବନଖଣ୍ଡ କାର୍ଯ୍ୟାଳୟକୁ ଆଣିଥିଲେ। ଆଠଗଡ ବନଖଣ୍ଡ ଅଧିକାରୀ ସୁଦର୍ଶନ ଜି ଯାଦବଙ୍କ ନେତୃତ୍ୱଙ୍କ ନିର୍ଦ୍ଦେଶକ୍ରମେ ଉଦ୍ଧାର ହୋଇଥିବା ପ୍ରାୟ ୩କେଜି ଓଜନର ବଜ୍ରକାପ୍ତା ଛୁଆଟିକୁ ବଡମ୍ବା ରେଞ୍ଜ ଅନ୍ତର୍ଗତ ଗିରିମିଖୋଲ ସଂରକ୍ଷିତ ଜଙ୍ଗଲରେ ସୁରକ୍ଷିତ ଭାବେ ଛାଡି ଦିଆଯାଇଥିବା ଜଣାପଡ଼ିଛି।

Hot this week

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

Related Articles

Popular Categories