ଭୁବନେଶ୍ୱର : ରାଜ୍ୟରେ ଚଳିତ ବର୍ଷ ଅନଲାଇନରେ ହେବ ୟୁଜି/ପିଜି ପରୀକ୍ଷା। ୟୁଜି,ପିଜି ଶେଷବର୍ଷ ଛାତ୍ରଛାତ୍ରୀଙ୍କ ପରୀକ୍ଷା ହେବ। ଆଜି ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତିଙ୍କ ସହ ଭିସିରେ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା ହୋଇଛି। ଏନେଇ ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି। କରୋନା ମହାମାରୀ ପାଇଁ ଛାତ୍ରଛାତ୍ରୀଙ୍କ ଜୀବନ ପ୍ରତି ସୁରକ୍ଷା ଦୃଷ୍ଟିରୁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ପରୀକ୍ଷା ଅନଲାଇନରେ ହେବା ସହ ଏହାର ତାରିଖ ସମ୍ପୃକ୍ତ ବିଶ୍ୱବିଦ୍ୟାଳୟ ସ୍ଥିର କରିବେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।
Popular Categories



