www.samajalive.in
Monday, December 8, 2025
27.1 C
Bhubaneswar

ଶ୍ରୀ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ବଉଳ ବୃକ୍ଷ ଚି଼ହ୍ନଟ

ସାକ୍ଷୀଗୋପାଳ : ଶ୍ରୀକ୍ଷେତ୍ର ପୁରୀରେ ଶ୍ରୀ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ଚଳିତ ମାସ ୨୪ ତାରିଖରେ ପବିତ୍ର ସ୍ନାନ ଯାତ୍ରା । ଆସନ୍ତା ଜୁଲାଇ ମାସ ୧୨ ତାରିଖରେ ଶ୍ରୀଗୁଣ୍ଡିଚା ରଥଯାତ୍ରା ଓ ୨୦ ତାରିଖରେ ବାହୁଡା ଯାତ୍ରା ଅନୁଷ୍ଠିତ ହେବ । ଏହି ସମୟରେ ଅନୁଷ୍ଠିତ ପହଣ୍ଡି ବେଳେ ମହାପ୍ରଭୁଙ୍କ ଶ୍ରୀଅଙ୍ଗର ସୁରକ୍ଷା ନିମନ୍ତେ ଆବଶ୍ୟକ ସେନାପଟା ଓ ବାହୁଟ ସେବା ନିମନ୍ତେ ଆବଶ୍ୟକ ବଉଳ ବୃକ୍ଷ ଚି଼ହ୍ନଟ କାର୍ୟ୍ୟକ୍ରମ ଆଜି ସାକ୍ଷୀଗୋପାଳରେ ଅନୁଷ୍ଠିତ ହୋଇଯାଇଛି ।
ବକୁଳ ବନ ଶେଷରେ ସାରୁ ଗାଡ଼ିଆ ଗ୍ରାମ ନିକଟରେ ଥିବା ଏକ ବଉଳ ବୃକ୍ଷ ମହାପ୍ରଭୁଙ୍କ ସେନାପଟା ଓ ବାହୁଟ ସେବା ନିମନ୍ତେ ଚି଼ହ୍ନଟ ହୋଇଅଛି। ଆସନ୍ତା ସୋମବାର ଦିନ ପବିତ୍ର ନିର୍ଜ୍ଜଳା ଏକାଦଶୀ ତିଥି ଅବସରରେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଏହି ବୃକ୍ଷ ଚ୍ଛେଦନ କରାଯାଇ ଶ୍ରୀକ୍ଷେତ୍ର ଅଭିମୁଖେ ଶଗଡ଼ରେ ନିଆଯିବ।
ଏହି ଅବସରରେ ସତ୍ୟବାଦୀ ବ୍ଲକ ଅଧ୍ୟକ୍ଷା ସସ୍ମିତା ପ୍ରଧାନ, ମଣ୍ଡଳ ଉନ୍ନୟନ ଅଧିକାରୀ କ୍ଷୀରୋଦ କୁମାର ବେହେରା, ଆରକ୍ଷୀ ନିରୀକ୍ଷକ ଦେବୀ ପ୍ରସାଦ ପାତ୍ର, ଶ୍ରୀମନ୍ଦିର ରଥ ନିର୍ମାଣ ତତ୍ତ୍ୱାବଧାରକ ସୁଦର୍ଶନ ମେକାପ, ସାକ୍ଷୀଗୋପାଳ ମନ୍ଦିର କାର୍ୟ୍ୟ ନିର୍ବାହୀ ଅଧିକାରୀ ବସନ୍ତ କୁମାର ପ୍ରଧାନ, ସତ୍ୟବାଦୀ ସଂସ୍କୃତି ସୁରକ୍ଷା ମଞ୍ଚ, ସମ୍ପାଦକ କିଶୋର ଚନ୍ଦ୍ର ମହାପାତ୍ର, ମନ୍ଦିର କର୍ମଚାରୀ ସୁବାଷ ଗଜେନ୍ଦ୍ର,ଭୋଇ ସର୍ଦ୍ଦାର ରବି ଭୋଇ ଓ ଧ୍ରୁବ ଚରଣ ଭୋଇଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ ।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories