www.samajalive.in
Monday, December 8, 2025
17.1 C
Bhubaneswar

ବିଶ୍ବ ଟେଷ୍ଟ ଚମ୍ପିଆନସିପ୍‌ – ବର୍ଷା ଯୋଗୁଁ ପ୍ରଥମ ଦିନ ଖେଳ ବାତିଲ

ସାଉଦାଥମ୍ପଟନ: ଭାରତ ଓ ନ୍ୟୁଜିଲାଣ୍ଡ କ୍ରିକେଟ୍‌ ଦଳ ମଧ୍ୟରେ ଆୟୋଜିତ ବିଶ୍ବ ଟେଷ୍ଟ ଚମ୍ପିଆନସିପ୍‌ର ପ୍ରଥମ ଦିନ ଖେଳ ବର୍ଷା ଯୋଗୁଁ ବାତିଲ ହୋଇଯାଇଛି। ଶୁକ୍ରବାର ପ୍ରଥମ ଦିନ ଖେଳ ଆରମ୍ଭ ହେବା ପୂର୍ବରୁ ଜୋର୍‌ରେ ବର୍ଷା ହୋଇଥିଲା। ବର୍ଷା ଯୋଗୁଁ ପଡ଼ିଆରେ ପାଣି ଜମି ରହିଥିଲା। ବର୍ଷା ବନ୍ଦ ହେବା ପରେ ଗ୍ରାଉଣ୍ଡ ଷ୍ଟାଫ୍‌ମାନେ ପଡ଼ିଆକୁ ଶୁଖାଇବାକୁ ବହୁ ଉଦ୍ୟମ କରିଥିଲେ ମଧ୍ୟ କ୍ରମାଗତ ଭାବେ ବର୍ଷା ହେବାରୁ ପାଣି ଜମି ରହିଥିଲା।

ଅମ୍ପାୟାର ସମୟ ବ୍ୟବଧାନରେ ପଡ଼ିଆକୁ ଯାଇ ପରିସ୍ଥିତି ଅନୁଧ୍ୟାନ କରିଥିଲେ। ତେବେ ପଡ଼ିଆରେ ପାଣି ରହିଥିବାରୁ ଖେଳ ଆରମ୍ଭ କରିବା ସମ୍ଭବପର ହୋଇପାରିବ ନାହିଁ ବୋଲି ହୃଦୟଙ୍ଗମ କରି ଶେଷରେ ପ୍ରଥମ ଦିନ ଖେଳକୁ ବାତିଲ କରି ଦେଇଥିଲେ। ଏହି ଟେଷ୍ଟ ମ୍ୟାଚ୍‌ ନିମନ୍ତେ ରିଜର୍ଭ ଦିନ (୬ଷ୍ଠ ଦିବସ) ରଖାଯାଇଛି। ଯଦି ଆବଶ୍ୟକ ହୁଏ ତେବେ ଏହାର ବ୍ୟବହାର କରାଯିବ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories