www.samajalive.in
Sunday, December 7, 2025
15.1 C
Bhubaneswar

ଦେଶରେ ଡେଲଟା ପ୍ଲସ ଭେରିଆଣ୍ଟ ଚିନ୍ତାଜନକ ; ଏଯାଏଁ ୪୦ ସଂକ୍ରମିତ

ନୂଆଦିଲ୍ଲୀ : ଦେଶରେ କରୋନାର ୨ୟ ତରଙ୍ଗ ସଂକ୍ରମଣ ଧିରେ ଧିରେ ହ୍ରାସ ପାଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ଆଉ ୫୦,୮୪୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମାତ୍ର ଦେଶ ପାଇଁ ଏବେ ଡେଲଟା ପ୍ଲସ ଭେରିଆଣ୍ଟ ଚିନ୍ତାଜନକ ବୋଲି ଗବେଷଣାରୁ ଜଣାପଡିଛି। ଏବେ ମୋଟ ସଂକ୍ରମିତଙ୍କ ମଧ୍ୟରେ ଡେଲଟା ପ୍ଲସ ଭେରିଆଣ୍ଟ ଆକ୍ରାନ୍ତ ୪୦ ରୁ ଅଧିକ ବୋଲି ସୂଚନା ମିଳିଛି। କେରଳ, ମହାରାଷ୍ଟ୍ର ଏବଂ ମଧ୍ୟପ୍ରଦେଶରେ ଏହି ଡେଲଟା ପ୍ଲସ ସଂକ୍ରମିତଙ୍କ ସଂଖ୍ୟା ଅଧିକ ଦେଖାଯାଉଛି। ମହାରାଷ୍ଟ୍ରରୁ ୨୧, ମଧ୍ୟପ୍ରଦେଶରୁ ୬, କେରଳ ଓ ତାମିଲନାଡୁରୁ ୩ ଲେଖାଏଁ , ପଞ୍ଜାବ, ଆନ୍ଧ୍ରପ୍ରଦେଶ, ଜମ୍ମୁରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁଯାୟୀ ଦେଶରେ ଏବେ ଦୈନିକ ଟିକାକରଣ ପୂର୍ବ ଅପେକ୍ଷା ଅଧିକ ରହିଛି। ଏହାସହ ଦେଶରେ ଏଯାବତ ୨୯ କୋଟିରୁ ଅଧିକ ଲୋକେ
ଟିକା ନେଇ ସାରିଛନ୍ତି।

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories