www.samajalive.in
Monday, December 8, 2025
27.1 C
Bhubaneswar

ପୁରୀ ବ୍ୟତୀତ ରାଜ୍ୟର ଅନ୍ୟ ସ୍ଥାନରେ ହେବନାହିଁ ରଥଯାତ୍ରା -ଓଡ଼ିଶା ହାଇକୋର୍ଟ

ଭୁବନେଶ୍ୱର: ଚଳିତ ବର୍ଷ ପୁରୀ ବ୍ୟତୀତ ଅନ୍ୟ କେଉଁଠାରେ ରଥଯାତ୍ରାକୁ ଅନୁମତି ଦେବା ପ୍ରସଙ୍ଗରେ ଏ ସମ୍ପର୍କିତ ନିଷ୍ପତ୍ତିକୁ ଓଡ଼ିଶା ହାଇକୋର୍ଟ କାଏମ ରଖିଛନ୍ତି। ରାଜ୍ୟ ସରକାରଙ୍କ ଏ ସମ୍ପର୍କିତ ନିଷ୍ପତ୍ତିରେ ଓଡିଶା ହାଇକୋର୍ଟ ହସ୍ତକ୍ଷେପ କରିବାକୁ ମନା କରିଛନ୍ତି। ପୁରୀ ବ୍ୟତୀତ ଅନ୍ୟ ସ୍ଥାନରେ ରଥଯାତ୍ରା ପାଇଁ ଆବେଦନ ପ୍ରସଙ୍ଗ ଉପରେ ଉପରେ ଆଜି ଶୁଣାଣି ହୋଇଛି। ପ୍ରସଙ୍ଗରେ ହସ୍ତକ୍ଷେପ କରିବାକୁ ହାଇକୋର୍ଟ ମନା କରିଛନ୍ତି। ଏ ସମ୍ପର୍କୀତ ସରକାରୀ ନିର୍ଦ୍ଦେଶନାମାରେ ହସ୍ତକ୍ଷେପ ପାଇଁ ମନା କରିଛନ୍ତି। କେନ୍ଦ୍ରାପଡା ଓ ଭଟଲୀରେ ରଥଯାତ୍ରା ପାଇଁ ୫ଟି ମାମାଲା ହୋଇଥିଲା। କେନ୍ଦ୍ରାପଡା ପାଇଁ ୪ଟି ଓ ଭଟଲୀ ପାଇଁ ଗୋଟିଏ ମାମଲା ହୋଇଥିଲା। ହସ୍ତକ୍ଷେପ ପାଇଁ ମନା ସହ ୫ଟି ମାମଲାର ହାଇକୋର୍ଟ ଅନ୍ତ ଘଟାଇଛନ୍ତି। ମାମଲା ଦାୟର କରିଥିବା ଓକିଲ ଏନେଇ କୌଣସି ସୂଚନା ପାଇନାହାନ୍ତି ବୋଲି ଜଣାଇବା ସହ ସୁପ୍ରିମକୋର୍ଟରେ ଅପିଲ କରିବା ପାଇଁ କହିଥିବା ନେଇ ସୂଚନା ମିଳିଛି।
କରୋନା ମହାମାରୀକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ କରୋନା କଟକଣା ମଧ୍ୟରେ କେବଳ ପୁରୀରେ ରଥଯାତ୍ରା ପାଳନ ପାଇଁ ଅନୁମତି ପ୍ରଦାନ କରିଛନ୍ତି।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories