www.samajalive.in
Tuesday, December 9, 2025
26.1 C
Bhubaneswar

ଆସନ୍ତା କାଲି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ 

ଭୁବନେଶ୍ୱର: ଓଡ଼ିଶାରେ ଆସନ୍ତା କାଲି ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ। ଏଥିସହିତ ଓଡ଼ିଶା ଓପନ ସ୍କୁଲ ସାର୍ଟିଫିକେଟ ଏବଂ ମଧ୍ୟମା ପରୀକ୍ଷା ୨୦୨୧ର ଫଳ ମଧ୍ୟ ପ୍ରକାଶ ପାଇବ। ପରୀକ୍ଷା ଫଳକୁ ଆସନ୍ତାକାଲି ଅପରାହ୍ଣ ୧ଟାରେ ପରୀକ୍ଷା କମିଟି ନିକଟରେ ଉପସ୍ଥାପନ କରାଯିବ। ପରୀକ୍ଷା କମିଟିର ଅନୁମୋଦନ ପରେ ପରୀକ୍ଷା ଫଳ ଆସନ୍ତା କାଲି ଅପରାହ୍ଣ ୪ଟାରେ କଟକସ୍ଥିତ ମାଧ୍ୟବିକ ଶିକ୍ଷା ବୋର୍ଡର ମୁଖ୍ୟ କାର୍ଯ୍ୟାଳୟରେ ପ୍ରକାଶ କରାଯିବ। ସଂଧ୍ୟା ୬ଟା ପରଠାରୁ ଏହା ବୋର୍ଡର ୱେବସାଇଟ www.bseodisha.ac.in ଏବଂ  www.bseodisha.nic.in  ରେ ଉପଲବ୍ଧ ହେବ। ଇଂଟରନେଟ ସୁବିଧା ନଥିଲେ ଛାତ୍ରଛାତ୍ରୀଙ୍କ ପାଇଁ ମୋବାଇଲ ଫୋନରେ ଏସଏମଏସ ଜରିଆରେ ମଧ୍ୟ ପରୀକ୍ଷା ଫଳ ଉପଲବ୍ଧ ହେବ। ସେଥିପାଇଁ ନମ୍ବରକୁ ଛାତ୍ରଛାତ୍ରୀଙ୍କୁ ମୋବାଇଲରେ  OR01<Roll number>  ଲେଖି  ତାହା  ୫୬୭୬୭୫୦ ନମ୍ବରକୁ ଏସଏମଏସ କରିବାକୁ ହେବ।

ସୂଚନାଯୋଗ୍ୟ ଯେ କୋଭିଡ-୧୯ର ଦ୍ୱିତୀୟ ଲହର ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚଳିତ ବର୍ଷ ମାର୍ଟିକ ପରୀକ୍ଷା ବାତିଲ କରିଦେଇଥିଲେ। ଛାତ୍ରଛାତ୍ରୀଙ୍କୁ ସେମାନଙ୍କ ଶ୍ରେଣୀ ପରୀକ୍ଷାରେ ମିଳିଥିବା ନମ୍ବର ଏବଂ ସେମାନଙ୍କ ମେଧାସ୍ତରକୁ ଭିତ୍ତିକରି ନମ୍ବର ଦିଆଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଥିଲେ।

Hot this week

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

ବିଦ୍ୟୁତ୍ ତାର ଲାଗି ତାଲିମ ବିମାନ ଦୁର୍ଘଟଣା

ସମାଜ ଲାଇଭ ଡ଼େସ୍କ : ମଧ୍ୟପ୍ରଦେଶର ସିଓନିରେ ଏକ ତାଲିମ ବିମାନ...

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

Related Articles

Popular Categories