www.samajalive.in
Monday, December 8, 2025
24.1 C
Bhubaneswar

ଚଟପଟି ଚଣା

ଆବଶ୍ୟକ ସାମଗ୍ରୀ
ଚଣା – ୨କପ
ଜିରା – ଅଳ୍ପ
କଟା କଞ୍ଚାଲଙ୍କା – ୩ଟି
କଟା ପିଆଜ – ୨ଟି
କଟା ରସୁଣ – ୪ଟି
କୋରା ଅଦା – ଅଳ୍ପ
କଟା ଟମାଟୋ – ୧ଟି
ହଳଦୀ ଗୁଣ୍ଡ – ଅଳ୍ପ
ଲଙ୍କା ଗୁଣ୍ଡ – ଅଳ୍ପ
ଜିରା ଗୁଣ୍ଡ – ଅଳ୍ପ
ଗରମ ମସଲା – ଅଳ୍ପ
ଆମଚୁର ଗୁଣ୍ଡ – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
ତେଲ – ଆବଶ୍ୟକ ପରିମାଣରେ
ପାଣି – ଅଳ୍ପ
କଟା ଧନିଆପତ୍ର – ଅଳ୍ପ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଚଣାକୁ ଭଲ ଭାବେ ଧୋଇ ଏହାକୁ ରାତି ସାରା ବତୁରାଇ ଦିଅନ୍ତୁ। ଏହାପରେ ଗ୍ୟାସରେ କୁକର ବସାଇ ଚଣାକୁ ୫ଟି ସିଟି ଦେଇ ସିଜାଇ ଦିଅନ୍ତୁ। ଏବେ ପିଆଜ, ଅଦା, ରସୁଣ, କଞ୍ଚା ଲଙ୍କା, ଟମାଟୋକୁ ପେଷି ପେଷ୍ଟ ପ୍ରସ୍ତୁତ କରି ରଖନ୍ତୁ। ଏହାପରେ ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ପ୍ରସ୍ତୁତ ପେଷ୍ଟକୁ ପକାଇ ଭଲ ଭାବେ କଷନ୍ତୁ। କଷିବା ପରେ ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ, ଗରମ ମସଲା, ଜିରା ଗୁଣ୍ଡ, ଧନିଆ ଗୁଣ୍ଡ ପକାଇ ପୁଣି କଷନ୍ତୁ। କଷିବା ପରେ ଅଳ୍ପ ପାଣି ସିଝାଇଥିବା ଚଣା, ଆମଚୁର ଗୁଣ୍ଡ, ଧନିଆ ପତ୍ର ପକାଇ ୫ ରୁ ୧୦ ମିନିଟ ଗ୍ୟାସରେ ବସାନ୍ତୁ। ପ୍ରସ୍ତୁତ ହୋଇଗଲା ଚଟପଟି ଚଣା ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories