www.samajalive.in
Monday, December 8, 2025
14.1 C
Bhubaneswar

ଆଜି ପବିତ୍ର ରକ୍ଷାବନ୍ଧନ

ନୂଆଦିଲ୍ଲୀ : ସମଗ୍ର ଦେଶରେ ଆଜି ରକ୍ଷାବନ୍ଧନର ପର୍ବ ପାଳନ କରାଯାଉଛି । ଏହାକୁ ଭାଇ ଓ ଭଉଣୀ ମଧ୍ୟରେ ଥିବା ପାରସ୍ପରିକ ସ୍ନେହ ଏବଂ ବିଶ୍ୱାସର ପ୍ରତୀକ ରୂପେ ବିବେଚନା କରାଯାଏ । ଭାଇ ଓ ଭଉଣୀମାନଙ୍କର ସ୍ନେହ ଓ ପବିତ୍ର ସଂପର୍କର ତଥା ବନ୍ଧନର ପର୍ବ ଭାବେ ଏହା ଦେଶବ୍ୟାପୀ ପାଳନ କରାଯାଉଛି । ଆଜିର ଦିନରେ ଭଉଣୀମାନେ ରଙ୍ଗବେରଙ୍ଗର ରାକ୍ଷୀ ଭାଇମାନଙ୍କର ହାତରେ ବାନ୍ଧି ସେମାନଙ୍କର ଦୀର୍ଘଜୀବନ କାମନା କରିଥାନ୍ତି। ଭାଇମାନେ ମଧ୍ୟ ଭଉଣୀମାନଙ୍କୁ ସବୁବେଳେ ସୁରକ୍ଷା ପ୍ରଦାନ କରିବା ପାଇଁ ପ୍ରତିଶ୍ରୁତି ଦେଇ ସେମାନଙ୍କୁ ଉପହାର ପ୍ରଦାନ କରିଥାନ୍ତି। ଏହି ପର୍ବକୁ ଶହ ଶହ ବର୍ଷଧରି ସାମାଜିକ ସୌହାର୍ଦ୍ଦ୍ୟର ବଡ଼ ଉଦାହରଣ ଭାବେ ବିବେଚନା କରାଯାଉଛି ।

ବିଭିନ୍ନ ଧାର୍ମୀକ ଓ ଆଧ୍ୟାତ୍ମିକ ପରମ୍ପରା ଅନୁସାରେ ମଧ୍ୟ ଏହି ପର୍ବ ପାଳନ କରାଯାଉଛି। ଶ୍ରୀକ୍ଷେତ୍ର ପୁରୀରେ ଦେବୀ ସୁଭଦ୍ରା ନିଜର ଦୁଇ ଭାଇ ପ୍ରଭୁ ଶ୍ରୀଜଗନ୍ନାଥ ଓ ବଡ଼ ଭାଇ ବଳଭଦ୍ରଙ୍କୁ ରାକ୍ଷୀ ବାନ୍ଧିଥାନ୍ତି। କେନ୍ଦ୍ରାପଡାର ଆରାଧ୍ୟ ଦେବତା ଶ୍ରୀ ଶ୍ରୀ ବଳଦେବ ଜୀଉଙ୍କ ଜନ୍ମଦିନ ମଧ୍ୟ ଆଜି ପାଳନ କରାଯାଉଛି।

- Advertisement -

 

 

 

 

ରକ୍ଷାବନ୍ଧନ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଏମ୍‍. ଭେଙ୍କିୟା ନାଇଡୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ରାଷ୍ଟ୍ରପତି ଦେଶ ତଥା ଦେଶ ବାହାରେ ଥିବା ସମସ୍ତ ନାଗରିକଙ୍କୁ ଏହି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ଏହି ପର୍ବ ସମାଜରେ ବିଶେଷକରି ମହିଳାମାନଙ୍କର ସୁରକ୍ଷା ଓ ମର୍ଯ୍ୟାଦା ରକ୍ଷା ଦିଗରେ ପ୍ରେରଣା ପ୍ରଦାନ କରିବ। ଏହି ପର୍ବ ଭାଇ ଓ ଭଉଣୀଙ୍କ ସଂପର୍କକୁ ଆହୁରି ସୁଦୃଢ଼ କରୁ ବୋଲି ଉପରାଷ୍ଟ୍ରପତି କାମନା କରିଛନ୍ତି।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ରକ୍ଷାବନ୍ଧନ ଅବସରରେ ସମସ୍ତ ଦେଶବାସୀଙ୍କୁ ଅନେକ ଅନେକ ଶୁଭେଚ୍ଛା ଜଣାଇଛନ୍ତି।

ସେହିପରି କେନ୍ଦ୍ର ପରିବେଶ ମନ୍ତ୍ରୀ ହର୍ଷବର୍ଦ୍ଧନ ପରିବେଶ ସୁରକ୍ଷା ସହ ଗଛଗୁଡ଼ିକୁ ରାକ୍ଷୀ ବାନ୍ଧିବାକୁ ଲୋକମାନଙ୍କୁ ପରାମର୍ଶ ଦେଇଛନ୍ତି। ପରିବେଶ ସୁରକ୍ଷା ସହ ଗ୍ରୀନ୍‍ ରାକ୍ଷୀ  ରକ୍ଷା ବନ୍ଧନ ଉତ୍ସବ ବା ସବୁଜ ରକ୍ଷା ବନ୍ଧନ ଉତ୍ସବକୁ ଜନସାଧାରଣ ପାଳନ କରିବାକୁ ସେ ଟ୍ୱିଟ୍‍ କରି କହିଛନ୍ତି।

 

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories