www.samajalive.in
Monday, December 15, 2025
27.1 C
Bhubaneswar

ରାଜ୍ୟରେ ମୌସୁମି ବାୟୁ ସ୍ବାଭାବିକ : ୧୨ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର : ସମୁଦ୍ର ପତ୍ତନରେ ଥିବା ନିମ୍ନଚାପ ରେଖା ଶୁକ୍ରବାର ପୂର୍ବ ଉତ୍ତରପ୍ରଦେଶରୁ ଉତ୍ତର ଝାଡ଼ଖଣ୍ଡ ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ମଧ୍ୟ ଦେଇ ଉତ୍ତର ପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି। ଏହାଛଡା ଝାଡ଼ଖଣ୍ଡ ଏବଂ ତା’ର ଆଖପାଖ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନରୁ ୫.୮ କିମି ଯାଏଁ ସକ୍ରିୟ ରହିଛି। ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ଝାଡ଼ଖଣ୍ଡ ଏବଂ ତା’ର ଆଖପାଖ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଦକ୍ଷିଣ ଓଡିଶା ପର୍ଯ୍ୟନ୍ତ ଗୋଟିଏ ନିମ୍ନ ଚାପ ରେଖା ଲମ୍ବିଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ଢେଙ୍କାନାଳ କଟକ, ନୟାଗଡ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ ଏବଂ ଯାଜପୁର ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ଢେଙ୍କାନାଳ, କଟକ, ନୟାଗଡ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଯାଜପୁର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା ଏବଂ ଜଗତସିଂହପୁର ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। ଉପରୋକ୍ତ ଜିଲାଗୁଡିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ତେବେ ରାଜ୍ୟରେ ମୌସୁମି ବାୟୁ ସ୍ବାଭାବିକ ରହିଛି। ଜୁନ ୧ରୁ ୨୫ ସୁଦ୍ଧା ଓଡ଼ିଶାରେ ୧୬୭.୮ ମିମି ବର୍ଷା ହୋଇଛି। ଯାହା ସ୍ୱାଭାବିକ ବର୍ଷା ୧୬୫.୫ ମିମିରୁ ୧ ପ୍ରତିଶତ ଅଧିକ। ରାୟଗଡା, ଗଞ୍ଜାମ, ଗଜପତି, ଯାଜପୁର, ଭଦ୍ରକ, ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାରେ ନିଅଣ୍ଟିଆ ବର୍ଷା ହେଇଛି। ଯାହା ସ୍ବାଭାବିକ ବର୍ଷାରୁ ୨୦ ରୁ ୫୯ ପ୍ରତିଶତ ପର୍ଯ୍ୟନ୍ତ କମ। ଏହି ସମୟ ପରିଧି ମଧ୍ୟରେ ପୁରୀ ଜିଲାରେ ସ୍ୱାଭାବିକରୁ ଅତ୍ୟଧିକ ଅର୍ଥାତ ୬୦ ପ୍ରତିଶତ କିମ୍ବା ତା’ଠାରୁ ଅଧିକ ଅନୁଭୂତ ହେଇଛି। ସୁନ୍ଦରଗଡ, ଝାରସୁଗୁଡା, କୋରାପୁଟ, ବରଗଡ, ସୋନପୁର, ନୂଆପଡା, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଏବଂ ମାଲକାନଗିରିରେ ସ୍ୱାଭାବିକରୁ ୨୦ରୁ ୫୯ ପ୍ରତିଶତ ଯାଏଁ ଅଧିକ ବର୍ଷା ରେକର୍ଡ କରାଯାଇଛି। ଅବଶିଷ୍ଠ ୯ ଜିଲାରେ ସ୍ୱାଭାବିକ ବର୍ଷା ହୋଇଛି। ସୁନ୍ଦରଗଡ ଜିଲାରେ ସର୍ବାଧିକ ୨୫୨.୮ ମିମି ବର୍ଷା ରେକର୍ଡ କରାଯାଇ ଥିବାବେଳେ ଗଞ୍ଜାମରେ ସର୍ବନିମ୍ନ ୭୯.୫ ମିମି ବର୍ଷା ହୋଇଛି। ଆଜି ଅନୁଗୋଳ, ହୀରାକୁଦ, ଭବାନୀପାଟଣା ଏବଂ କୋରାପୁଟରେ ବର୍ଷା ହୋଇଛି।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories