www.samajalive.in
Sunday, December 7, 2025
23.1 C
Bhubaneswar

ନଡ଼ିଆକୋରା ଛତୁ

ଆବଶ୍ୟକ ସାମଗ୍ରୀ
କଟା ଛତୁ – ୪୦୦ ଗ୍ରାମ
କଟା ପିଆଜ – ୨ଟି
କଟା ଗାଜର – ଅଳ୍ପ
ଗ୍ରୀନ ମଟର – ଅଳ୍ପ
କଟା କଞ୍ଚା ଲଙ୍କା – ୨ଟି
ଅଦା ରସୁଣ ବଟା – ଆବଶ୍ୟକ ପରିମାଣରେ
ଲଙ୍କା ଗୁଣ୍ଡ – ଅଳ୍ପ
ହଳଦୀ ଗୁଣ୍ଡ – ଅଳ୍ପ
ଦହି – ଆବଶ୍ୟକ ପରିମାଣରେ
କାଜୁ – ଅଳ୍ପ
ଚାରୁ ମଗଜ – ଅଳ୍ପ
ନଡ଼ିଆକୋରା – ଅଳ୍ପ
ତେଜପତ୍ର – ୨ଟି
ଗୁଜୁରାତି, ଲବଙ୍ଗ – ଅଳ୍ପ
ଜିରା – ଅଳ୍ପ
ଡ଼ାଲଚିନି – ଅଳ୍ପ
କଟା ଧନିଆପତ୍ର – ଆବଶ୍ୟକ ପରିମାଣରେ
ତେଲ – ଆବଶ୍ୟକ ପରିମାଣରେ
ଲୁଣ – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଚାରୁମଗଜ ଓ କାଜୁକୁ କିଛି ସମୟ ପାଣିରେ ବତୁରାଇ ଦିଅନ୍ତୁ। ଏହାପରେ ନଡ଼ିଆ କୋରା, ଅଳ୍ପ ପିଆଜ, ବତୁରାଇଥିବା ଚାରୁମଗଜ ଓ କାଜୁକୁ ଭଲ ଭାବେ ପେଷି ପେଷ୍ଟ ପ୍ରସ୍ତୁତ କରନ୍ତୁ। ଏବେ ଗ୍ୟାସରେ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଜିରା, ତେଜପତ୍ର, ଲବଙ୍ଗ, ଗୁଜୁରାତି ଓ ଡ଼ାଲଚିନି ପକାଇ କିଛି ସମୟ ଭାଜି ଦିଅନ୍ତୁ। ଭାଜିବା ପରେ ପିଆଜ, କଞ୍ଚାଲଙ୍କା ପକାଇ ଭାଜନ୍ତୁ। ପିଆଜ ଭାଜି ହୋଇଗଲେ ଏଥିରେ ଅଦାରସୁଣ ବଟା , ଧନିଆ ଗୁଣ୍ଡ, ଜିରା ଗୁଣ୍ଡ, ହଳଦୀ ଗୁଣ୍ଡ, ଲୁଣ ପକାଇ ଭଲ ଭାବେ କଷନ୍ତୁ। ମସଲା ଭଲ ଭାବେ କଷି ହେବା ପରେ ଗ୍ରୀନ ମଟର ଓ ଛତୁ ପକାଇ ଅଳ୍ପ ପାଣି ଦେଇ କିଛି ସମୟ ଗ୍ୟାସରେ ବସାନ୍ତୁ। କିଛି ସମୟରେ ପରେ ଏଥିରେ ପୂର୍ବରୁ ପ୍ରସ୍ତୁତ କାଜୁ ପେଷ୍ଟକୁ ପକାଇ ଗୋଳାନ୍ତୁ। ଗୋଳାଇବା ପରେ ଦହି ସାମାନ୍ୟ ପାଣି ଦେଇ କିଛି ସମୟ ପରେ ଗ୍ୟାସରୁ ଓହ୍ଲାଇ ଏକ ପାତ୍ରକୁ କାଢି ଧନିଆ ପତ୍ର ପକାଇ ସଜାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ନଡ଼ିଆକୋରା ଛତୁ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories