www.samajalive.in
Tuesday, December 9, 2025
16.1 C
Bhubaneswar

ରାଜ୍ୟରେ ଆଜି ବର୍ଷା ସମ୍ଭାବନା ; କିଛି ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଥିବା ବେଳେ କିଛି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କିଛି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉପକୂଳ ଓଡିଶା ଓ ଆଭ୍ୟନ୍ତରୀଣ ଓଡିଶାର କିଛି ଜିଲାମାନଙ୍କରେ ବର୍ଷା ସହ ପବନ ବହିବା ସହ ବଜ୍ରପାତ ହୋଇପାରେ। ଆଜି ମାଲକାନଗିରି, କୋରାପୁଟ,ନବରଙ୍ଗପୁର, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ପୁରୀ ଓ ଗଞ୍ଜାମ ଆଦି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବଜ୍ରପାତ ସହବର୍ଷା ପାଇଁ ୨୦ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ବାଲେଶ୍ୱର,ଭଦ୍ରକ,ଯାଜପୁର,କେନ୍ଦ୍ରାପଡା,କଟକ,ଜଗତସିଂହପୁର,ପୁରୀ,ଖୋର୍ଦ୍ଧା,ନୟାଗଡ,ଗଞ୍ଜାମ,ଗଜପତି,ସୁନ୍ଦରଗଡ,କେନ୍ଦୁଝର,ମୟୁରଭଞ୍ଜ,ଢେଙ୍କାନାଳ,କନ୍ଧମାଳ,ରାୟଗଡା,ମାଲକାନଗିରି,କୋରାପୁଟ ଓ ନବରଙ୍ଗପୁର। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଗତକାଲି ମଧ୍ୟ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି।

Hot this week

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

Related Articles

Popular Categories