www.samajalive.in
Monday, December 8, 2025
13.1 C
Bhubaneswar

ନବରଙ୍ଗପୁର ଜିଲାର ବିକାଶ ପାଇଁ ପୂର୍ଣ୍ଣ ସହଯୋଗ କରାଯିବ-ମନ୍ତ୍ରୀ ରଘୁନନ୍ଦନ ଦାସ

ଭୁବନେଶ୍ବର: ନବରଙ୍ଗପୁର ଜିଲା ଯୋଜନା କମିଟି ବୈଠକ ଆଭାସୀ(ଭର୍ଚୁଆଲ) ବ୍ୟବସ୍ଥା ମାଧ୍ୟମରେ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ମାନ୍ୟବର ଜଳ ସମ୍ପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଯୋଗଦେଇ ମନ୍ତ୍ରୀ ଶ୍ରୀ ଦାସ ନବରଙ୍ଗପୁର ଜିଲ୍ଲାର ବିକାଶ ପାଇଁ ତାଙ୍କର ପୂର୍ଣ୍ଣ ସହଯୋଗ ରହିବ ବୋଲି ପ୍ରକାଶ କରିଛନ୍ତି। ପ୍ରାରମ୍ଭରେ ଜିଲ୍ଲାପାଳ ଡକ୍ଟର ଅଜିତ କୁମାର ମିଶ୍ର ସମସ୍ତଙ୍କୁ ସ୍ଵାଗତ ଜଣାଇ ବୈଠକରେ ଆଲୋଚନା ହେବାକୁଥିବା ବିଷୟ ବସ୍ତୁ ସମ୍ପର୍କରେ ସୂଚନା ଦେଇଥିଲେ ଏବଂ ମାନ୍ୟବର ମନ୍ତ୍ରୀ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷଙ୍କୁ ବକ୍ତବ୍ୟ ରଖିବାପାଇଁ ଅନୁରୋଧ କରିଥିଲେ। ମନ୍ତ୍ରୀ ଶ୍ରୀ ଦାସ ତାଙ୍କ ବକ୍ତବ୍ୟରେ ମହାମାରୀ କରୋନ।ର କଠିନ ସମୟ ସତ୍ତ୍ୱେ ଆଭାସୀ ମାଧ୍ୟମରେ ଜିଲା ଯୋଜନା କମିଟି ବୈଠକ ଆୟୋଜନ କରାଯାଉଥିବାରୁ ସମସ୍ତଙ୍କୁ ଶୁଭେଚ୍ଛା ଓ କୃତଜ୍ଞତା ଜଣାଇଥିଲେ । ମହାମାରୀ କରୋନାର ସଫଳ ମୁକାବିଲା କ୍ଷେତ୍ରରେ ଜିଲ୍ଲା ପ୍ରଶାସନର ଅଗ୍ରଣୀ ଭୂମିକାକୁ ପ୍ରଶଂସା କରି ଆମ ଦେଶରେ ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାରେ କରୋନ। ସଂକ୍ରମିତ ଓ ମୃତୁ ହାର କମ୍ ଥିବା ଦର୍ଶାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟି ଓ ଦିଗ୍ ଦର୍ଶନ ପାଇଁ ଏହା ସମ୍ଭବ ହୋଇ ପାରିଛି ବୋଲି କହିଥିଲେ । ଏହି କଠିନ ସମୟରେ ସମସ୍ତେ ସଚେତନ ହୋଇ କରୋନା କଟକଣା ନିୟମକୁ ମାନି ଏହାର ସଫଳ ମୁକାବିଲା କରିବାରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

 

- Advertisement -

ଜିଲାର ଉନ୍ନତି ଓ ବିକାଶ କ୍ଷେତ୍ରରେ ଯେଉଁଠାରେ ଆବଶ୍ୟକତା ରହିଛି, ସେଥିରେ ପୂର୍ଣ୍ଣ ଭାବରେ ସହଯୋଗ କରିବାକୁ ମନ୍ତ୍ରୀ ଶ୍ରୀ ଦାସ କହିଥିଲେ ଏବଂ ଏଥିପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ଜିଲା ଯୋଜନା କମିଟି ବୈଠକରେ ଜିଲ୍ଲାର ଉନ୍ନତି ଓ ବିକାଶ ପାଇଁ ଯାହା ନିଷ୍ପତ୍ତି ନିଆଯାଇ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରାଯିବ, ତାହାକୁ ଅନୁମୋଦନ କରାଯାଇ କାର୍ୟ୍ୟକାରୀ କରାଯିବ ବୋଲି ମନ୍ତ୍ରୀ କହିଥିଲେ। ବୈଠକରେ ଜିଲାରେ ଆବଶ୍ୟକ ଥିବା ବିଜୁଳି, ଜଳ, ଓ ସଡ଼କର ସୁବ୍ୟବସ୍ଥା ଓ ଏହା ଉପରେ ଥିବା ଶତକଡ଼ା ବ୍ୟୟ ପରିମାଣ ସମ୍ପର୍କରେ ଆଲୋଚନା କରାଯାଇଥିଲା। ନବରଙ୍ଗପୁର ଜିଲା ଏକ କୃଷି ପ୍ରଧାନ ଜିଲା ହୋଇଥିବାରୁ କୃଷକମାନଙ୍କ ପାଇଁ ଆବଶ୍ୟକ ଜଳସେଚନର ସୁବ୍ୟବସ୍ଥା କରିବା ପାଇଁ ବୈଠକରେ ଲୋକ ପ୍ରତିନିଧିମାନେ ମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ଆଗାମୀ ସାତ ଦିନ ମଧ୍ୟରେ ସଂପୃକ୍ତ ସମସ୍ତ ଲୋକପ୍ରତିନିଧି ନିଜ ନିଜର ଆବଶ୍ୟକ ଥିବା କାର୍ୟ୍ୟ ଖସଡ଼ା ପ୍ରସ୍ତୁତ କରି ଉପ ନିର୍ଦେଶକ ଜିଲା ଯୋଜନା କାର୍ୟ୍ୟାଳୟରେ ଦେବା ପାଇଁ ଜିଲାପାଳ ପରାମର୍ଶ ଦେଇଥିଲେ।
ଏହି ଆଭାସୀ ବୈଠକରେ ଲୋକସଭା ସାଂସଦ ରମେଶ ଚନ୍ଦ୍ର ମାଝୀ, ବିଧାୟକ ସଦାଶିବ ପ୍ରଧାନୀ, ବିଧାୟକ ମନୋହର ରନ୍ଧାରୀ, ପ୍ରକାଶ ଚନ୍ଦ୍ର ମାଝୀ ଓ ନିତ୍ୟାନନ୍ଦ ଗଣ୍ଡ, ଜିଲା ପରିଷଦ ଅଧକ୍ଷା ଭଗବତୀ ଭତ୍ରା, ଉପାଧ୍ୟକ୍ଷା ନିବେଦିତା ମହାନ୍ତି, ଜିଲା ଯୋଜନା କମିଟିର ସମସ୍ତ ସଭ୍ୟ, ସଭ୍ୟା ପ୍ରମୁଖ ଯୋଗଦେଇ ଆଲୋଚନାରେ ସକ୍ରିୟ ଅଂଶ ଗ୍ରହଣ କରିଥିଲେ ଏବଂ ନିଜ ନିଜ ଅଞ୍ଚଳର ସମସ୍ୟା ଓ ତାର ସମାଧାନ ସମ୍ପର୍କରେ ମନ୍ତ୍ରୀ ତଥା ଜିଲା ଯୋଜନା କମିଟିର ଅଧକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଶେଷରେ ଜିଲା ଯୋଜନା କାର୍ୟ୍ୟାଳୟର ଉପ ନିର୍ଦେଶକ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ।

Hot this week

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

Related Articles

Popular Categories