www.samajalive.in
Sunday, December 14, 2025
26.1 C
Bhubaneswar

ଗାନ୍ଧୀମଣିଷ ଦୋଳଗୋବିନ୍ଦଙ୍କ ୯୬ତମ ଜୟନ୍ତୀରେ ବୁଦ୍ଧମନ୍ଦିରରେ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଦୋଳଗୋବିନ୍ଦ ପ୍ରଧାନଙ୍କ ୯୬ତମ ଜୟନ୍ତୀ ଉତ୍ସବ କୋଭିଡ଼ ନିୟମକୁ ପାଳନ କରି ସଂକ୍ଷିପ୍ତ ଭାବେ ତାଙ୍କ ପ୍ରତିଷ୍ଠିତ ମହାତ୍ମାଗାନ୍ଧୀ ଐତିହ୍ୟ ସ୍ମାରକୀ ନ୍ୟାସ ପକ୍ଷରୁ ସଭାପତି ଡ.ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ରଙ୍କ ପୌରହିତ୍ୟରେ ଆଜି ପୂର୍ବାହ୍ନରେ ବୁଦ୍ଧମନ୍ଦିର ଠାରେ ପାଳିତ ହୋଇଯାଇଛି।
ଶିକ୍ଷାବିତ୍ ଡ.ବଦ୍ରୀନାଥ ପଟ୍ଟନାୟକ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଦୋଳଗୋବିନ୍ଦ ପ୍ରଧାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇ କହିଲେ ଯେ ଭଲ ମଣିଷମାନଙ୍କୁ ୨୦୨୦ ପୂର୍ବରୁ ପରମାତ୍ମା ନିଜ ପାଖକୁ ଡ଼ାକି ନେଇଛନ୍ତି। ବୁଦ୍ଧମନ୍ଦିରର ସମ୍ପାଦକ ଡ. ସୌରେନ୍ଦ୍ର କୁମାର ମହାପାତ୍ର ଓ ପ୍ରଫେସର ବୁଦ୍ଧଦେବ ମିଶ୍ର ଶ୍ରଦ୍ଧାଞ୍ଜଳି ଜଣାଇ କହିଲେ ଯେ, ଜଣେ ସ୍ୱାଧୀନତା ସଂଗ୍ରାମୀ ଭାବେ ସାଢେ ୩ବର୍ଷ ଜେଲ୍ ଭିତରେ ସେ ଯେଉଁ ଶିକ୍ଷା ଗ୍ରହଣ କରିଥିଲେ, ଭାରତ ସ୍ୱାଧୀନତା ହେବା ପରେ ସେ ସେହି ଜ୍ଞାନକୁ ସମାଜିକ ଜୀବନରେ ପ୍ରୟୋଗ କରି ସଫଳ ହୋଇଥିଲେ।

ଯୁବ ସମାଜସେବୀ ସର୍ବେଶ୍ୱର ସାମଲ, ଅରବିନ୍ଦ ବିଶୋଇ ଓ ଦେବରାଜ ପ୍ରଧାନ ଶ୍ରଦ୍ଧାଞ୍ଜଳି ଜଣାଇ, ସମାଜରୁ କୁସଂସ୍କାର ବିଲୋପ ପାଇଁ ତାଙ୍କର କାର୍ଯ୍ୟ ବର୍ତ୍ତମାନ ଯୁବକମାନଙ୍କ ପାଇଁ ଉଦାହରଣ ବୋଲି କହିଥିଲେ। କାର୍ଯ୍ୟକ୍ରମର ପ୍ରାରମ୍ଭରେ ମହତ୍ମା ଗାନ୍ଧୀ ସ୍ମାରକୀ ଟ୍ରଷ୍ଟର ଟ୍ରଷ୍ଟି ପୁଷ୍ପରାଜ ପ୍ରଧାନ ସ୍ୱାଗତ ଭାଷଣ ଓ ପ୍ରଜ୍ଞାରାଜ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମକୁ ଯୋଗଗୁରୁ ପୃଥୀରାଜ ପ୍ରଧାନ ଓ ବିଜୟ କୁମାର ପ୍ରଧାନ ପରିଚାଳନା କରିଥିଲେ। ଏହି ଉପଲକ୍ଷେ ସ୍ୱାମୀ ବ୍ରହ୍ମାନନ୍ଦ ଭବନରେ ପଣ୍ଡିତ ବିନୋଦ ବିହାରୀ ଦାସଙ୍କ ପୌରହିତ୍ୟରେ ଏକ ଶାନ୍ତିଯଜ୍ଞ ଅନୁଷ୍ଠିତ ହୋଇଥିଲା। ସଞ୍ଜୟ ପ୍ରଧାନ ଜଜମାନ ଆସନ ଗ୍ରହଣ କରିଥିଲେ। ଶ୍ରୀମଦ୍ ବାବା ବଳିଆଙ୍କ ଶିଶୁ ଅନନ୍ତ ଆଶ୍ରମ, ଅରିଲୋ, ସୁଖଧାମ ବୃଦ୍ଧାଶ୍ରମ ଅନ୍ତେବାସୀଙ୍କୁ ଶୁଖିଲା ଖାଦ୍ୟସାମଗ୍ରୀ ବଣ୍ଟନ କରାଯାଇଥିଲା। ସମସ୍ତ କାର୍ଯ୍ୟକ୍ରମରେ କମଳାକାନ୍ତ ପରିଡ଼ା, ମୁକେଶ ପ୍ରଧାନ, ପ୍ରତ୍ୟୁଷ ପ୍ରିୟଦର୍ଶନ, ରୀତେଶ ପ୍ରଧାନ, ସମ୍ବିତ ସାମଲ, ସ୍ଥିତପ୍ରଜ୍ଞା ପ୍ରଧାନ ଓ ସାଇମା ବିଶୋଇ ପ୍ରମୁଖ ସହଯୋଗ କରିଥିଲେ।

Hot this week

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

Related Articles

Popular Categories