www.samajalive.in
Saturday, December 13, 2025
26.1 C
Bhubaneswar

ମଙ୍ଗଳବାର ରାଶିଫଳ ( ୨୯/୦୬/୨୦୨୧)

ମେଷ : ସୁଖ, ସନ୍ତୋଷ ସବୁକିଛି ମିଳିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। କର୍ମଚଞ୍ଚଳ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବେ। ଧନଲାଭ ହେବ।

ବୃଷ : ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିପାରନ୍ତି। ବଂଶ ମର୍ଯ୍ୟାଦା ରକ୍ଷାକରିବାରେ ପାରଙ୍ଗମ ହେବେ। ମନପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟରୁ ଲାଭ ମିଳିବ। ଯଶ୍ବସୀ ହେବେ।

ମିଥୁନ : ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ ସୌଜନ୍ୟ ସମ୍ପନ୍ନ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗବିଳାସ କରିପାରନ୍ତି। ସୁଖସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଉଦ୍ୟୋଗୀ ହେବେ।

କର୍କଟ : ଦୂରଯାତ୍ରା କ୍ଲେଶକର ହୋଇପାରେ। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଖର୍ଚ୍ଚାନ୍ତ ଯୋଗଅଛି। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କତାରେ ଚଳିବେ।

ସିଂହ : ବ୍ୟବସାୟ ଲାଭଜନକ ହେବ। ବନ୍ଧୁବତ୍ସଳ ହୋଇପାରନ୍ତି। ସେବା କାର୍ଯ୍ୟରେ ନିଜକୁ ସମର୍ପିଦେଇ ଆତ୍ମସନ୍ତୋଷ ଲାଭ କରିବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶରେ ପରିଚାଳିତ ହେବେ।

କନ୍ୟା : ପରିସ୍ଥିତିକୁ ଲକ୍ଷ୍ୟକରି ପର ଚର୍ଚ୍ଚାରେ ଭାଗନେଇ ପାରନ୍ତି। ଭାଇମାନଙ୍କ ଉପରେ ସ୍ନେହ, ଶ୍ରଦ୍ଧା ରହିବ। ସୁସ୍ଥ ଓ ନିରାମୟ ରହିବେ। ଶାରୀରିକ ଶକ୍ତିସମ୍ପନ୍ନ ହେବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ମିଳିବ।

ତୁଳା : ନିର୍ବିକାର ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। କର୍ମଚଞ୍ଚଳ ରହିବେ। ଲଟେରି ଉଠାଣ ଫଳ ସପକ୍ଷରେ ଯାଇପାରେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟ ଲାଭଜନକ ହେବ।

ବିଛା : ଉଦାର ପ୍ରକୃତିର ହୋଇପାରନ୍ତି। ଦାନ-ଧ୍ୟାନ ଉପରେ ଗୁରୁତ୍ବ ଦେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିକର୍ମକାରୀ ହୋଇପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ ହେବେ।

ଧନୁ : ମନୋବଳ ଦୃଢ଼ ରହିବ। ମନପ୍ରସନ୍ନ ରହିବ। ଦାନଶୀଳ ହୋଇପାରନ୍ତି। ଆଦର୍ଶବାଦୀ ହେବେ। ମଧୁରଭାଷୀ ଓ ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ।

ମକର : କୌଣସି କାରଣରୁ ମନରେ ଉଦ୍‌ବେଗ ଜାତ ହୋଇପାରେ। ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ଲାଭ କରିବେ।

କୁମ୍ଭ : କାହା କଥାରେ ପ୍ରଭାବିତ ନ ହୋଇ, କାର୍ଯ୍ୟ ତଦାରଖ କରିପାରନ୍ତି। ଐଶ୍ବର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭର ସୁଯୋଗ ଅଛି।

ମୀନ : ମନ ପ୍ରସନ୍ନ ରହିବ। ପ୍ରତ୍ୟେକ କାର୍ଯ୍ୟରେ ଚଞ୍ଚଳ ଚେଷ୍ଟିତ ହେବେ। ନିରୋଳାରେ ସମୟ ବିତାଇବାକୁ ଇଚ୍ଛା କରିବେ। ସାହସୀ ଓ ଜ୍ଞାନୀ ହେବେ। ସ୍ନେହପୂର୍ଣ୍ଣ କଥାରେ ପରକୁ ଆପଣାର କରିବେ। ଖର୍ଚ୍ଚାନ୍ତ ଯୋଗ ଅଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories