www.samajalive.in
Thursday, December 11, 2025
15.1 C
Bhubaneswar

୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା 

ଭୁବନେଶ୍ୱର :  ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଜିଲ୍ଲା ମାଲକାନଗିରି, କୋରାପୁଟ, ନୟାଗଡ, କଟକ ଓ କନ୍ଧମାଳ ଆଦି ୫ ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ , ଜଗତସିଂହପୁର, ପୁରୀ ,ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଂଜ, ଢେଙ୍କାନାଳ, କନ୍ଧମାଳ, କୋରାପୁଟ, ମାଲକାନଗିରି, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି , ବୌଦ୍ଧ ଓ ଅନୁଗୁଳ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାଗୁଡିକ ପାଇଁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ସେହିପରି ଆସନ୍ତାକାଲି ‌ସକାଳ ସୁଦ୍ଧା ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁବର୍ଣ୍ଣପୁର, ଅନୁଗୁଳ, ଢେଙ୍କାନାଳ , କଟକ , ଜଗତସିଂହପୁର, କେନ୍ଦ୍ରାପଡା, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷାର ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାଗୁଡିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories