www.samajalive.in
Saturday, December 13, 2025
21.1 C
Bhubaneswar

ସନ୍ଧ୍ୟା ୫ଟା – ମୁଖ୍ୟ ଖବର

ଓଡ଼ିଶାର ୪ଟି ଜିଲାରେ କରୋନା ସଂକ୍ରମଣ ହାର ୧୦ ପ୍ରତିଶତରୁ ଅଧିକ ରହିଛି। ଦେଶର ମୋଟ ୭୧ ଜିଲାରେ ଏବେ ସଂକ୍ରମଣ ହାର ୧୦ ପ୍ରତିଶତରୁ ଅଧିକ ରହିଛି-କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ଯୁଗ୍ମ ସଚିବ ଲବ ଅଗ୍ରୱାଲ

–ମାଟ୍ରିକ ଅଫଲାଇନ ପରୀକ୍ଷା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ସୂଚନା-ଯେଉଁମାନେ ମାର୍କିଂରେ ଅସନ୍ତୁଷ୍ଟ ସେମାନେ ପରୀକ୍ଷା ଦେଇ ପାରିବେ। ଅଫଲାଇନ ପରୀକ୍ଷା ପାଇଁ ଜୁଲାଇ ୫ ରୁ ୧୪ ମଧ୍ୟରେ ଫର୍ମ ପୂରଣ ହେବ।

- Advertisement -

–ଜୁଲାଇ ୩୦ ରୁ ଅଗଷ୍ଟ ୫ ମଧ୍ୟରେ ପରୀକ୍ଷା ପାଇଁ ପ୍ରସ୍ତୁତି କରାଯିବ। ପରୀକ୍ଷାର ୧୫ ଦିନ ମଧ୍ୟରେ ପରୀକ୍ଷାଫଳ ପ୍ରକାଶ ପାଇଁ ଚେଷ୍ଟା କରାଯିବ। ୩୦% ସିଲାବସ ହ୍ରାସ ହୋଇଥିବାରୁ ୭୦% ମଧ୍ୟରେ ପରୀକ୍ଷା ହେବ।

–ପୃଥିବୀ ବାୟୁମଣ୍ଡଳର ତାପମାତ୍ରା ୨୦୦୫ରୁ ୨୦୧୯ ମଧ୍ୟରେ ଦୁଇଗୁଣ ହୋଇଛି। ଆଗାମୀ ଦଶନ୍ଧିରେ ଯଦି ଏହିଭଳି ଧାରା ଜାରିରହେ ତେବେ ତାହା ଜଳବାୟୁ ପାଇଁ ଅତ୍ୟନ୍ତ ବିପଜ୍ଜନକ ସାବ୍ୟସ୍ତ ହେବ।

–ବଲିଉଡ଼ ଅଭିନେତ୍ରୀ ୟାମି ଗୌତମଙ୍କୁ ଅର୍ଥ ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଶୁକ୍ରବାର ସମନ ଜାରି କରାଯାଇଛି।

–ବୈଦେଶିକ ବିନିମୟ ପରିଚାଳନା ଆଇନ(ଫେମା) ଉଲ୍ଲଂଘନ ଅଭିଯୋଗରେ ଅଭିନେତ୍ରୀଙ୍କୁ ଇଡି ପଚରାଉଚରା ପାଇଁ ଡକାଇଥିବା ଜଣାପଡ଼ିଛି।

–ଜନସନ ଆଣ୍ଡ ଜନସନ କମ୍ପାନୀର ଦାବି; ସମସ୍ତ ଭାରିଆଣ୍ଟ ଉପରେ ପ୍ରଭାବୀ ଏହି ଟିକା

–କୋଭିଡର ଦ୍ୱିତୀୟ ଲହର ଯୋଗୁଁ ଋଣ ଆଦାୟ ପ୍ରଭାବିତ; ବୁଡିଯାଇପାରେ ୧୧.୨% ବ୍ୟାଙ୍କ ଋଣ

–ଓଡ଼ିଶା ଆସିବେ କେନ୍ଦ୍ରୀୟ ବିଶେଷଜ୍ଞ ଦଳ; କୋଭିଡ ସଂକ୍ରମଣ ବୃଦ୍ଧି ସ୍ଥିତି ଅନୁଧ୍ୟାନ କରିବେ

–ଜମ୍ମୁ-କାଶ୍ମୀର ପୁଲୱାମାରେ ସୁରକ୍ଷାକର୍ମୀ – ଆତଙ୍କବାଦୀ ମଧ୍ୟରେ ଗୁଳିବିନିମୟ ; ଜଣେ ଯବାନ ଶହୀଦ ; ଜଣେ ଆତଙ୍କବାଦୀ ନିହତ

–ଗତ ୨୪ ଘଣ୍ଟାରେ ଦେଶରେ ୪୬,୬୧୭ ନୂଆ କରୋନା ରୋଗୀ ଚିହ୍ନଟ ; ୫୯,୩୮୪ ଜଣ କରୋନାରୁ ସୁସ୍ଥ, ଆରୋଗ୍ୟ ହାର ୯୭.୦୧%। ଏ ପର୍ଯ୍ୟନ୍ତ ମୋଟ ୪୧.୪୨ କୋଟି ନମୁନା ପରୀକ୍ଷା। ସଂପ୍ରତି ୫,୦୯,୬୩୭ ଜଣ ସକ୍ରିୟ ସଂକ୍ରମିତ

–ନାସା ପକ୍ଷରୁ କୁହାଯାଇଛି ଯେ ପୃଥିବୀ ପୃଷ୍ଠର ତାପମାତ୍ରା ଦ୍ରୁତ ବୃଦ୍ଧି ପାଇବାରେ ଲାଗିଛି। ଗତ ୧୪ ବର୍ଷ ମଧ୍ୟରେ ଏହା ଦ୍ୱିଗୁଣିତ ହୋଇଛି।

–ଭାରତର ପ୍ରମୁଖ ଭିନ୍ନକ୍ଷମ ଜାଭେଲିନ୍ ଫିଙ୍ଗାଳି ଦେବେନ୍ଦ୍ର ଝାଝାରିଆ ନିଜର ବିଶ୍ବ କୀର୍ତ୍ତିମାନକୁ ଭାଙ୍ଗି ଦେଇଛନ୍ତି। ନୂଆଦିଲ୍ଲୀରେ ଟୋକିଓ ଅଲିମ୍ପିକ୍‌ସ ଲାଗି ଯୋଗ୍ୟତା ପର୍ଯ୍ୟାୟ ମୁକାବିଲାରେ ଦେବେନ୍ଦ୍ର ୬୫.୭୧ ମିଟର ଦୂରକୁ ଜାଭେଲିନ୍ ଫିଙ୍ଗି ନୂତନ ରେକର୍ଡ ସ୍ଥାପନ କରିଛନ୍ତି ଓ ଟୋକିଓ ପାରାଲିମ୍ପିକ୍‌ସ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

–ଗୋଟିଏ ଦିନରେ ରାଜ୍ୟରେ ୪୬ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ। ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୩୨୨୨ ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ ; ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୧୮୩୮ ଓ ସ୍ଥାନୀୟ ସଂକ୍ରମିତ ୧୩୮୪ , କଟକରୁ ସର୍ବାଧିକ

–କରୋନା ସମୟରେ ଛଟେଇ, ଲୋକସେବା ଭବନର ୧୮୪ କର୍ମଚାରୀଙ୍କୁ ନୋଟିସ

–ଥାନା ଭିତରେ ମହିଳା ଏସ୍‌ଆଇଙ୍କୁ ଆକ୍ରମଣ ଏବଂ ଯୌତୁକ ନିର୍ୟାତନା ମାମଲାରେ ଶ୍ରୀଲିଙ୍ଗରାଜ ଥାନା ପୁଲିସ ଗୋଟିଏ ପରିବାରର ଭାଇ, ଭଉଣୀ ଓ ମା’ଙ୍କୁ ଗିରଫ କରି ଅଦାଲତ ଚାଲାଣ କରିଛି

–ସାଇବର ଠକେଇ: ଟଙ୍କା ମିଳୁଛି, ଧରାପଡୁନାହାନ୍ତି ଅପରାଧୀ

–ଫିରିଙ୍ଗିଆ ପୁଲିସ ଦ୍ୱାରା ହୋଣ୍ଡା ସିଟି କାର୍‍ ସହିତ ୩୦ କିଲୋ ଗଞ୍ଜେଇ ଜବତ, ୨ ଗିରଫ

–କଟକ, ଭୁବନେଶ୍ୱରରେ ୧୦୦ ଟଙ୍କା ଛୁଇଁଲା ପେଟ୍ରୋଲ ଲିଟର

–ଗାଁ ରେ ପଶିଲା ଝାଡ଼ଖଣ୍ଡି ଦନ୍ତା, ଖାଇଗଲା ସଉଦା-ପନିପରିବା

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories