www.samajalive.in
Sunday, December 14, 2025
26.1 C
Bhubaneswar

ରାଜ୍ୟରେ ଦୈନିକ ୪୦ରୁ ଅଧିକ ପ୍ରାଣ ନେଉଛି କରୋନା; ୨୪ ଘଣ୍ଟାରେ ୪୫ ମୃତ

ଭୁବନେଶ୍ୱର: ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁସଂଖ୍ୟା ୪୦ ଉପରେ ରହୁଛି। କ୍ରମାଗତ ଭାବରେ କିଛିଦିନ ହେଲା ୪୦ରୁ ଅଧିକ ସଂକ୍ରମିତଭ୍‍କର ମୃତ୍ୟୁ ଘଟୁଥିବା ଜଣାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୫ ଜଣଙ୍କର ପ୍ରାଣହାନି ଘଟିଛି। ଅନୁଗୁଳ ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବାବେଳେ ବରଗଡ ଜିଲାରୁ ୫ ଜଣ ପ୍ରାଣ ହରାଇଛନ୍ତି। ଖୋର୍ଦ୍ଧା ଜିଲାରୁ ଗତକାଲି ସର୍ବାଧିକ ୯ ଜଣଙ୍କର ମୃତ୍ୟୁଘଟିଛି। ସେମାନଙ୍କ ମଧ୍ୟରେ ଭୁବନେଶ୍ୱର ମହାନଗର ନିଗମ ଅଂଚଳରୁ ୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି। ସେହିଭଳି କଟକ ଜିଲାରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ଢେଙ୍କାନାଳ ଜିଲାରେ ୪, ଗଞ୍ଜାମ, ଝାରସୁଗୁଡା, କନ୍ଧମାଳ, କେନ୍ଦ୍ରାପଡା ଓ ମୟୁରଭଞ୍ଜ ଜିଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ କୋରାପୁଟ ଜିଲାରୁ ୩, ନୟାଗଡ ୨, ପୁରୀ ୨, ସମ୍ବଲପୁର ଜିଲାରୁ ୩, ସୁବର୍ଣ୍ଣପୁର ୩ ଏବଂ ସୁନ୍ଦରଗଡ ଜିଲାରୁ ୩ ଜଣଙ୍କର ମୃତ୍ୟୁ ଘଟିଛି।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories