www.samajalive.in
Monday, December 8, 2025
27.1 C
Bhubaneswar

ରାଜ୍ୟରେ ସ୍ୱାସ୍ଥ୍ୟକର୍ମୀଙ୍କୁ ପ୍ରଶିକ୍ଷଣ ପରେ ଗର୍ଭବତୀଙ୍କୁ ଦିଆଯିବ କରୋନା ଟିକା

ଭୁବନେଶ୍ୱର: ଗର୍ଭବତୀଙ୍କୁ କରୋନା ଟିକା ନେଇ କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ମନ୍ତ୍ରାଳୟ ଦେଇଥିବା ପ୍ରସଙ୍ଗ ଉପରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କହିଛନ୍ତି ଯେ ରାଜ୍ୟରେ ବର୍ତ୍ତମାନ ଗର୍ଭବତୀଙ୍କୁ କରୋନା ଟିକା ଦିଆଯିବ ନାହିଁ।, ସ୍ବାସ୍ଥ୍ୟକର୍ମୀଙ୍କୁ ଆବଶ୍ୟକ ପ୍ରଶିକ୍ଷଣ ଦିଆଯିବା ପରେ କରୋନା ଟିକା ଦିଆଯିବ। ନିର୍ଦ୍ଧିଷ୍ଟ ତାଲିମ ପୂର୍ବରୁ ଗର୍ଭବତୀଙ୍କୁ ଟିକା ନ ଦେବା ପାଇଁ ସବୁ ଜିଲାପାଳ, ମ୍ୟୁନିସିପାଲ କମିଶନର ଓ ସିଡିଏମ୍‌ଓମାନଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏସିଏସ ପ୍ରଦୀପ୍ତ ମହାପାତ୍ରଙ୍କ ଚିଠି ଲେଖିଛନ୍ତି।

ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସବୁ ଜିଲାପାଳ ଓ ସିଡିଏମ୍‌ଓମାନଙ୍କୁ ଲେଖିଥିବା ଚିଠିରେ ଉଲ୍ଲେଖ କରିଛନ୍ତି ଯେ ବର୍ତ୍ତମାନ ପରିପ୍ରେକ୍ଷୀରେ ରାଜ୍ୟର ଗର୍ଭବତୀ ମହିଳାଙ୍କୁ କରୋନା ଟିକା ଦିଆଯିବ ନାହିଁ । ପୂର୍ବରୁ ଗର୍ଭବତୀଙ୍କୁ ଟିକା ଦିଆଯିବା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁରୁ ମାର୍ଗଦର୍ଶିକା ଆସିଥିଲା । କିନ୍ତୁ ଏବେ ଗର୍ଭବତୀମାନଙ୍କୁ ଟିକା ଦିଆଯିବ ନାହିଁ। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଖୁବଶୀଘ୍ର କର୍ମଶାଳାର ଆୟୋଜନ କରିବ। ଏହା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଜିଲା ସ୍ତରରେ ସ୍ୱାସ୍ଥ୍ୟକର୍ମୀଙ୍କୁ ପ୍ରଶିକ୍ଷଣ ଦିଆଯିବ। ତେଣୁ କିଛି ଦିନ ଅପେକ୍ଷା କରିବାକୁ ହେବ । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର କର୍ମଶାଳା ପରେ ରାଜ୍ୟ ପକ୍ଷରୁ ପଦକ୍ଷେପ ନିଆଯିବ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସୂଚନା ଦେଇଛନ୍ତି ।

Hot this week

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

Related Articles

Popular Categories