www.samajalive.in
Monday, December 15, 2025
24.1 C
Bhubaneswar

୧୨ରେ ଲଘୁଚାପ, ୧୩ରୁ ବର୍ଷା

ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମି ବାୟୁ ଦୁର୍ବଳ ରହିଛି; କିନ୍ତୁ ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେଉଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଅଳ୍ପ କେତେକ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କଟକ, ଜଗତସିଂହପୁର ଏବଂ ଖୋର୍ଦ୍ଧା ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏଣୁ ଉପରୋକ୍ତ ଜିଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏଥିସହିତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ ଏବଂ କନ୍ଧମାଳ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ବଜ୍ରପାତ ନେଇ ଉପରୋକ୍ତ ଜିଲାଗୁଡ଼ିକୁ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦେଶକ ଏଚ.ଆର ବିଶ୍ବାସ ଆକଳନ କରି କହିଛନ୍ତି, ୪ ଏବଂ ୭ ତାରିଖରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ୫ ଏବଂ ୬ରେ ପ୍ରାୟ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବ ବୋଲି ଆକଳନ କରାଯାଉଛି।

- Advertisement -

ସେହିପରି ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି ଯେ ରାଜ୍ୟରେ ମୌସୁମି ଦୁର୍ବଳ ଥିଲେ ମଧ୍ୟ ବିଭିନ୍ନ ସ୍ଥାନରେ ହେଉଥିବା ବର୍ଷା ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ। ୧୩ରୁ ଲଘୁଚାପଜନିତ ବର୍ଷା ହେବ। ବିଭିନ୍ନ ପାଣିପାଗ ନମୁନାରୁ ଜଣାପଡିଛି ଯେ, ୧୨ରେ ବିଶାଖାପଟନମ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ଲଘୁଚାପର ରୂପ ନେଇପାରେ। ଲଘୁଚାପରେ ପରିଣତ ହେଲା ପରେ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବାର ଆଶା କମ। ଲଘୁଚାପ ବର୍ଷା ଉତ୍ତର ଓଡ଼ିଶା ଏବଂ ସମ୍ଭବତଃ ଅନୁଗୋଳ, ଢେଙ୍କାନାଳ ଓ ସଂଲଗ୍ନ କେନ୍ଦ୍ରୀୟ ଓଡ଼ିଶାରେ ବିଶେଷ ପ୍ରଭାବ ପଡିବାର ସମ୍ଭାବନା କମ। ଦକ୍ଷିଣ ଓଡ଼ିଶା ଏବଂ ଛତିଶଗଡ ସଂଲଗ୍ନ ପଶ୍ଚିମ ଓଡ଼ିଶାର ଜିଲାଗୁଡିକରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ୧୩ରୁ ୧୫ ପର୍ଯ୍ୟନ୍ତ ସମୁଦାୟ ବର୍ଷା ୧୦୦ ମିମିରୁ ଅଧିକ ହୋଇପାରେ। ୮ ତାରିଖ ବେଳକୁ ଲଘୁଚାପ ବିଷୟରେ ସଠିକ ଆକଳନ କରାଯାଇ ପାରିବ। ଲଘୁଚାପ ବର୍ଷା ହେବା ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ସର୍ବାଧିକ ତାପମାତ୍ରା ବଢ଼ିବ। ଯଦ୍ଦ୍ବାରା ଅଧିକ ଗୁଳୁଗୁଳି ଅନୁଭୂତ ହେବ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories