www.samajalive.in
Saturday, December 13, 2025
26.1 C
Bhubaneswar

ବଜ୍ରପାତରେ ଦୁଇ ଶ୍ରମିକ ଗୁରୁତର

ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ବାଉଁଶୁଳି ପଞ୍ଚାୟତ ନିଶ୍ଚିନ୍ତପୁର ଗ୍ରାମରେ ଶନିବାର ଅପରାହ୍ନରେ ବଜ୍ରପାତ ଯୋଗୁ ଦୁଇ ମହିଳା ଶ୍ରମିକ ଗୁରୁତର ହୋଇ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତୀ ହୋଇଛନ୍ତି। ଗୁରୁତର ଦୁଇ ଜଣ ହେଲେ ହରିଚନ୍ଦନପୁର ଥାନା ଜାମୁପଶିର ରଶ୍ମୀ ମୁଣ୍ଡା,ଓ ମଞ୍ଜରୀ ମୁଣ୍ଡା । ସୁଚନା ଅନୁସାରେ ଜାମୁପଶି ଗ୍ରାମରୁ ୪ ଜଣ ଭିଣୋଇ ଘର ତୁରୁମୁଙ୍ଗା ଥାନା ନିଶ୍ଚିନ୍ତପୁର ଗ୍ରାମର ରଣଜିତ ମୁଣ୍ଡାଙ୍କ ଘରକୁ ଆସି ବିଲ କାମ କରିବାକୁ ଆସିଥିଲେ । ସନ୍ଧ୍ୟାରେ ବିଲରୁ କାମ ସାରି ଫେରୁଥିବା ବେଳେ ବଜ୍ରପାତ ହୋଇଥିଲା ଘଟଣା ସ୍ଥଳରେ ଦୁଇ ଜଣ ଗୁରୁତର ହୋଇ ପଡିଥିଲେ ଉଭୟଙ୍କୁ ୧୦୮ ସହାୟତାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ଭର୍ତ୍ତୀ କରାଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories