www.samajalive.in
Saturday, December 13, 2025
21.1 C
Bhubaneswar

ଆଜି ମହାପ୍ରଭୁଙ୍କ ଚକାବିଜେ ନୀତି

ପୁରୀ : ଆଜି ହେଉଛି ଦଶମୀ ତିଥି। ଏହି ପବିତ୍ର ତିଥିରେ ମହାପ୍ରଭୁଙ୍କ ଚକାବିଜେ ନୀତି କରାଯିବ। ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅଣସର ସେବା ଚାଲିଛି। ଦଶମୀ ତିଥିରେ ଶ୍ରୀବୈଦ୍ୟଙ୍କ ଦ୍ୱାରା ପ୍ରସ୍ତୁତ ଦଶମୂଳ ଔଷଧ ମହାପ୍ରଭୁଙ୍କ ପାଇଁ ଶ୍ରୀମନ୍ଦିରକୁ ପଠାଯିବ। ସ୍ନାନ ପୂର୍ଣ୍ଣିମା ପର ଠାରୁ ମହାପ୍ରଭୁଙ୍କ ଏହି ଗୁପ୍ତ ପୂଜା ଦଇତାପତି ସେବାୟତମାନେ କରୁଛନ୍ତି। ପଞ୍ଚମୀ ତିଥିରେ ଶ୍ରୀଜିଉଙ୍କ ଶ୍ରୀ ଅଙ୍ଗରେ ଫୁଲୁରୀ ତେଲ ଲାଗି କରାଯାଇଥିଲା। ଏହାପରେ ଧିରେ ଧିରେ ମହାପ୍ରଭୁ ସୁସ୍ଥ ହେଉଛନ୍ତି।
ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ କୋଭିଡ କଟକଣା ମଧ୍ୟରେ ରଥଯାତ୍ରା ପାଳନ ହେବ। ସେବାୟତଙ୍କ ବ୍ୟତୀତ ଅନ୍ୟ କେହି ରଥଟାଣି ପାରିବେ ନାହିଁ ଏନେଇ ନିୟମ ଲାଗୁ କରାଯାଇଛି। ବଡ଼ଦାଣ୍ଡ ଓ ସିଂହଦ୍ୱାରରେ ସେବାୟତଙ୍କ ପାଇଁ ବିଶ୍ରାମ ବ୍ୟବସ୍ଥା କରାଯିବ ସହ ରଥରେ ନିୟାଜିତ ସେବାୟତଙ୍କ ପାଇଁ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଏନେଇ ଶ୍ରୀମନ୍ଦିର ପ୍ରଶାସକ କ୍ରିଷନ କୁମାର ସୂଚନା ଦେଇଛନ୍ତି।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories