www.samajalive.in
Tuesday, December 9, 2025
16.1 C
Bhubaneswar

ଦେଶର ୮ ରାଜ୍ୟରେ ନୂଆ ରାଜ୍ୟପାଳ ନିଯୁକ୍ତ

ନୂଆଦିଲ୍ଲୀ: ଦେଶର ୮ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ନୂତନ ରାଜ୍ୟପାଳମାନଙ୍କୁ ନିଯୁକ୍ତି ଦେଇଛନ୍ତି । କିଛି ରାଜ୍ୟର ରାଜ୍ୟପାଳଙ୍କୁ ଅନ୍ୟ ରାଜ୍ୟକୁ ବଦଳି କରାଯାଇଥିବାବେଳେ ଆଉ କେତେକଙ୍କୁ ନୂତନ ଭାବରେ ନିଯୁକ୍ତି ଦିଆଯାଇଛି ।
ମିଜୋରାମ ରାଜ୍ୟପାଳ ଥିବା ପି ଏସ ଶ୍ରୀଧରନ ପିଲାଇଙ୍କୁ ଗୋଆ ରାଜ୍ୟପାଳ ଭାବେ ବଦଳି କରାଯାଇଥିବାବେଳେ ହରିଆଣା ରାଜ୍ୟପାଳ ଥିବା ସତ୍ୟଦେବ ନାରାୟଣ ଆର୍ଯ୍ୟଙ୍କୁ ବଦଳି କରାଯାଇ ତ୍ରିପୁରା ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ସେହିଭଳି ତ୍ରିପୁରା ରାଜ୍ୟପାଳ ଥିବା ରମେଶ ବୈଶଙ୍କୁ ଝାଡଖଣ୍ଡର ରାଜ୍ୟପାଳ, ଥାୱରଚାନ୍ଦ ଗେହଲଟଙ୍କୁ କର୍ଣ୍ଣାଟକ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି । ହିମାଚଳପ୍ରଦେଶର ରାଜ୍ୟପାଳ ବନ୍ଦାରୁ ଦତ୍ତାତ୍ରେୟଙ୍କୁ ବଦଳି କରାଯାଇ ହରିଆଣା ରାଜ୍ୟପ।।ଳ ଭାବେ ନିଯୁକ୍ତି ଦିଆଯାଇଛି । ଡ. ହରିବାବୁ ଖମ୍ବପତିଙ୍କୁ ମିଜୋରାମ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଥିବାବେଳେ ମଙ୍ଗୁଭାଇ ଛଗନଭାଇ ମଧ୍ୟପ୍ରଦେଶ ରାଜ୍ୟପାଳ ଭାବେ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି । ଏଥିସହିତ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ ହିମାଚଳ ପ୍ରଦେଶର ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି । ସେମାନେ ଦାୟିତ୍ୱ ଗ୍ରହଣ କରିବା ଦିନଠାରୁ ସେମାନଙ୍କର ଏହି ନିଯୁକ୍ତି କାର୍ଯ୍ୟକାରୀ ହେବ ବୋଲି ରାଷ୍ଟ୍ରପତି ଭବନରୁ ପ୍ରକାଶିତ ଏକ ବିଜ୍ଞପ୍ତିରେ କୁହାଯାଇଛି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories